ଦୈନିକ ରାଶିଫଳ: 27 ମଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୭ତାରିଖ, ଶୁକ୍ରବାର, ବୃଷମାସ ୧୩ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ଦ୍ଵାଦଶୀତିଥି ଦିବା ୧୧ଟା ୪୮ମିନିଟ୍ ପରେ ତ୍ରୟୋଦଶୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ । ତୈତିଳ କରଣ ଦିବା ୧୧ଟା ୪୮ମିନିଟ୍ ପରେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ଦିବା ୧୧ଟା ୪୮ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୧୧ଟା ୪୮ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଏବଂ ତ୍ରୟୋଦଶୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୨୭ମିନିଟ୍ ରୁ ୧୧ଟା ୪୩ମିନିଟ୍, ରାତ୍ରି ୯ଟା ରୁ ୧୦ଟା ୨୧ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୨ଟା ୧୧ମିନିଟ୍ ରୁ ୨ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୧୭ମିନିଟ୍ ରୁ ୮ଟା ୨୬ମିନିଟ୍, ରାତ୍ର ୧୨ଟା ୫୦ମିନିଟ୍ ରୁ ରାତ୍ର ୨ଟା ୫୯ମିନିଟ୍, ରାତ୍ର ୩ଟା ୪୫ମିନିଟ୍ ରୁ ୫ଟା ୧୦ମିନିଟ୍ । ପର୍ବଦିନ- ଆଦି ଶଙ୍କାରାଚାର୍ଯ୍ୟଙ୍କ ଜୟନ୍ତୀ ।

ମେଷ:-ଧର୍ମକାର୍ଯ୍ୟରେ ମତି ରହିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ , ଭୟ ଆଶଙ୍କା ଗ୍ରସ୍ତ କରାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ପ୍ରତିଦ୍ୱିନ୍ଦିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ଶରୀର ଭଲ ରହିବ, ଶତୃନାଶ ହେବେ, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ବ୍ୟବସାୟରେ ସଫଳତା, ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ଉନ୍ନତି କରିବାସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭକରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ବ୍ୟବସାୟରେ ଉନ୍ନତି ହୋଇ ଉତ୍ତମ ଲାଭ ପ୍ରାପ୍ତି ହେବା ସହ ବେଶ୍ ଦୁଇ ପଇସା ରୋଜଗାର ହୋଇ ପାରିବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ । ପାରିବାରିକ କ୍ଷେତ୍ରରେ ଅନେକ ପ୍ରକାର ଅସୁବିଧାର ସମ୍ମୁଖୀନ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ଅନୁଭବ କରିବେ । ଆୟରସ୍ରୋତ ଖୋଲିଯିବ ଓ ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ସାମୟିକ ଭାବେ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସନ୍ତାନ ମାନଙ୍କର ଉନ୍ନତିରେ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭହୋଇ ପାରେ । ପରି ବାରରେ ମନୋମାଳିନ୍ୟ ମେଣ୍ଟିଯିବ । ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ଯଦି କୌଣସି ପୁରାତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ଦ୍ଵାରା ବହୁବିଧ ସୁଯୋଗ ଜୁଟିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗରେ ଆଗକୁ ବଢି ପାରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇପାରିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପରୀକ୍ଷା ଓ ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପାରିବାରିକ ସମସ୍ୟାଗୁଡ଼ିକୁ ସୁଧାରି ନେବା ଉଚିତ୍ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!