ଦୈନିକ ରାଶିଫଳ: ୨୭ ନଭେମ୍ବର ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ବ୍ୟବସାୟ ଓ ଶିକ୍ଷା ରେ ଶୁଭ ଫଳ ପ୍ରାପ୍ତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ  ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟ ଠିକ୍ ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ।

ମିଥୁନ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ନୂତନ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ବ୍ୟବସାୟ ବୃଦ୍ଧି କିମ୍ବା ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାରପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କର୍କଟ:-

କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଘରଲୋକଙ୍କୁ ବିଶ୍ଵାସ କରି ପରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ନୂଆ ଚାକିରୀ ହେବାର ସୂଚନା ମିଳିବ। ବ୍ୟବସାୟରେ ଆଶାତୀତ ଲାଭହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ।

ତୁଳା:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପୁରୁଣା ନିବେଶ ଲାଭ ଦେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ। ରାଜନୈତିକ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ଅବି ବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।ପ୍ରତିକାରନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ। ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ମହିଳା ମାନଙ୍କର ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!