ଦୈନିକ ରାଶିଫଳ: 27 ନଭେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୭ତାରିଖ, ଶୁକ୍ରବାର, ବିଛାମାସ ୧୨ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ମଳ ଦ୍ଵାଦଶୀତିଥି, ପ୍ରାତଃ ୭ଟା ୪୬ମିନିଟ୍ ଗତେ ତ୍ରୟୋଦଶୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୭ମିନିଟ୍ ରୁ ୬ଟା ୪୯ମିନିଟ୍, ସକାଳ ୭ଟା ୩୪ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧୧ଟା ୫୭ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ରାତ୍ର ୮ଟା ୧୭ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ରାତ୍ର ୧ଟା ୪୪ମିନିଟ୍ । ପର୍ବଦିନ- ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ।

ମେଷ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ରାଜନୀତିକ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ଦାମ୍ପତ୍ୟ ସୁଖ ଏବଂ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଶାରିରୀକ ଅସୁସ୍ଥତା ଦୂର ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ଯଶମାନପ୍ରତିଷ୍ଠା ବୃଦ୍ଧିପାଇବ । ସନ୍ତାନଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟରେ ଉନ୍ନତି ହେବ । ଋଣଭାର କମିଯିବ । ଶତୃମାନେ ପରାଜିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ପୂରଣ ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । ପୁରୁଣା ସମସ୍ୟା ସୁଧୁରିଯିବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଛାତ୍ର ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:-

ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଗୃହରେ ଧର୍ମକାର୍ଯ୍ୟର ଆୟୋଜନ କରି ପାରନ୍ତି । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂରହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ସ୍ଥିତି ସୁଦୃଢ ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଦେଖାଦେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ଧନୁ:-

ଶାରିରୀକ ଅସୁସ୍ଥତା ଦୂରହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ବ୍ୟବସାୟରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ସମସ୍ତ ଚିନ୍ତା ଦୂର ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ଶତୃମାନେ ପରାଜିତ ହେବେ । କର୍ମକ୍ଷେତ୍ରରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ମିତ୍ରଙ୍କ ଦ୍ଵାରା ସହାୟତା ପାଇ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ପାରିବାରିକ କ୍ଷେତ୍ରରେ ଜମିଜମା ନେଇ ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହୋଇ ପରାକ୍ରମ ବଢିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ସନ୍ତୋଷ ଜନକ ପରିସ୍ଥିତି ସୃଷ୍ଟିହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!