ଦୈନିକ ରାଶିଫଳ: 27 ନଭେମ୍ବର 2022, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୭ତାରିଖ, ରବିବାର, ବିଛାମାସ ୧୨ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି ଦିବା ୪ଟା ୨୫ମିନିଟ୍ ପରେ ପଞ୍ଚମୀତିଥି, ପୂର୍ବାଷାଢା ନକ୍ଷତ୍ର ଦିବା ୧୨ଟା ୩୮ମିନିଟ୍ ପରେ ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ବିଷ୍ଟି କରଣ ଦିବା ୪ଟା ୨୫ମିନିଟ୍ ପରେ ବବ କରଣ । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର ସନ୍ଧ୍ୟା ୬ଟା ୪ମିନିଟ୍ ପରେ ସିଂହ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ଦିବା ୪ଟା ୨୫ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୪ଟା ୨୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୨ମିନିଟ୍ ରୁ ୧୨ଟା ୫୬ମିନିଟ୍, ରାତ୍ରି ୧ଟା ୧୨ମିନିଟ୍ ରୁ ୨ଟା ୫୦ମିନିଟ୍ । ଶୁଭସମୟ- ସକାଳ ୬ଟା ୫୦ମିନିଟ୍ ରୁ ୯ଟା, ଦିବା ୧୨ଟା ୫୭ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୨୨ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ୧ଟା ୧୧ମିନିଟ୍, ରାତ୍ର ୨ଟା ୫୧ମିନିଟ୍ ରୁ ୬ଟା ୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କିଛିଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରି ପାରନ୍ତି । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତି ଘଟିବା ସହ ମାନସିକ ସ୍ଥିରତା ଦେଖାଦେବ । ଇନ୍ଦ୍ରିୟପରାୟଣତା ଓ ବିଷୟ ବାସନା ଉପରେ ଅଧିକ ଗୁରୁତ୍ଵ ଦେଇ ପାରନ୍ତି । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡି ପାରନ୍ତି । ପୁରୁଣା ବନ୍ଧୁଙ୍କ ସହାୟତାରେ ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ସିଂହ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ଖେଳରେ ବିଜୟୀ ହେବେ । କୌଣସିକାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ପ୍ରଗତିର ପାଦକୁ ସାଧାରଣ ଲୋକେ ଭିଡି ଧରିବେ ଯାହାଫଳରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । ମନବିକାର ଓ ରକ୍ତଚାପର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ମିଷ୍ଟାନ ଭୋଜନ ମିଳିବାସହ ଖେଳରେ ପ୍ରଶଂସିତ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ନୂତନ ବାହନ, ଜାଗା, ଜମି, ଗୃହଆଦି କ୍ରୟ କରିବାର ଯୋଜନା କରିବେ । ଶିଳ୍ପବାଣିଜ୍ୟ, ପରିବହନବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ନିଜ ଲୋକ ମନମୋଟିଆ ହେବେ । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଉଚିତ୍ ପନ୍ଥା ଗ୍ରହଣ କଲେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । କଠିନ ପରିଶ୍ରମ କରିଲେ ଭଲଅର୍ଥ ଲାଭ ହେବ କିନ୍ତୁ ଅଧିକ ବ୍ୟୟ ମଧ୍ୟ କରିବେ । କିଛି ଅସୁବିଧା ନଥିଲେ ମଧ୍ୟ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ । ଆର୍ଥିକ ଦିଗରୁ ସୁବିଧା ପାଇବେ । ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!