ଦୈନିକ ରାଶିଫଳ: 27 ଅକ୍ଟୋବର 2022, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୨୭ତାରିଖ, ଗୁରୁବାର, ତୁଳାମାସ ୧୧ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି ଦିବା ୧୨ଟା ୪୫ମିନିଟ୍ ପରେ ତୃତୀୟାତିଥି, ବିଶାଖା ନକ୍ଷତ୍ର ଦିବା ୧୨ଟା ୧୦ମିନିଟ୍ ପରେ ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ସକାଳ ୭ଟା ୨୬ମିନିଟ୍ ପରେ ସୌଭାଗ୍ୟ ଯୋଗ । କୌଳବ କରଣ ଦିବା ୧୨ଟା ୪୫ମିନିଟ୍ ପରେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ ଦିବା ୧୨ଟା ୪୫ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୧୨ଟା ୪୫ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ତୃତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୨ଟା ୫୫ମିନିଟ୍ ରୁ ୫ଟା ୧୧ମିନିଟ୍, ରାତ୍ରି ୧୧ଟା ୩୦ମିନିଟ୍ ରୁ ୧ଟା ୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୭ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୩ମିନିଟ୍ ରୁ ରାତ୍ର ୯ଟା ୨୩ମିନିଟ୍, ରାତ୍ର ୧ଟା ୬ମିନିଟ୍ ରୁ ୩ଟା ୧୭ମିନିଟ୍, ରାତ୍ର ୪ଟା ୯ମିନିଟ୍ ରୁ ୫ଟା ୪୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ପାରିବାରିକ ସ୍ତର ହସ ଖୁସିରେ କଟିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଆର୍ଥିକ ସ୍ଥିତିରେ ସୁଧାର ଆସି ଋଣଭାର ଲାଘବ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବାସହ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଅନେକକାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ରାଜନୀତିରେ ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବା ଫଳରେ ପ୍ରସଂଶା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସୁଖ ଶାନ୍ତିରେ ଦିନଟି କାଟିବେ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପିଲାଙ୍କସହ ଖୁସିରେ ରହିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସେବାକାରୀମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାମୟିକ ଚିନ୍ତା ଦୂରହେବ । ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । କର୍ମରେ ମନସନ୍ତୁଷ୍ଟ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଶାରୀରିକ ସୁସ୍ଥତାସହ ମାନସିକ ଶାନ୍ତି ଦେଖାଦେବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇଯିବ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ଆୟର ମାର୍ଗ ପ୍ରଶସ୍ତ ହେବ । ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରତିକାର- ସବୁଜରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ସଭାସମିତିରୁ, ଲେଖାପଢ଼ାରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ପାରନ୍ତି । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶରୀର ସୁସ୍ଥ ରହିବ । ବନ୍ଧୁ ମିତ୍ରଙ୍କ ଦ୍ଵାରା ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବିରୋଧୀମାନେ ଦୁର୍ବଳ ହୋଇ ଯିବା ଫଳରେ ମହତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ବନ୍ଧୁ ମିତ୍ରଙ୍କ ସହଯୋଗ ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କାର୍ଯ୍ୟରେ ମାନସିକ ସ୍ଥିରତା ବଢ଼ିବ ଓ ପରିଶ୍ରମ ଦ୍ୱାରା ଅଧିକ ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ଆଶା ପୂରଣ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ବିଭାଗିୟ ଅଧିକାରୀ କିମ୍ବା ସହକର୍ମୀଙ୍କସହ ମଧୁର ସମ୍ପର୍କ ସ୍ଥାପନ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!