ଦୈନିକ ରାଶିଫଳ: ୨୭ ଅକ୍ଟୋବର ୨୦୧୮। ଶନି ଦେବଙ୍କର ରହିବ ଅଶେଷ କୃପା, ଏହି ୪ଟି ରାଶିର ସମସ୍ତ କାର୍ଯ୍ୟ ସମ୍ପୂର୍ଣ ହେବ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଅକ୍ଟୋବର ୨୦୧୮। ଶନି ଦେବଙ୍କର ରହିବ ଅଶେଷ କୃପା, ଏହି ୪ଟି ରାଶିର ସମସ୍ତ କାର୍ଯ୍ୟ ସମ୍ପୂର୍ଣ ହେବ।

ମେଷ-

ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କାର୍ଯ୍ୟ କ୍ଷେତ୍ରରେ ଲୋକସମର୍ଥନ ବୃଦ୍ଧି ହେବ। ମହିଳାମାନଙ୍କର ଆର୍ଥିକ ବୃଦ୍ଧି ସହ ଯଶ ଓ ସମ୍ମାନ ବଢିବ। ଛାତ୍ର-ଛାତ୍ରୀମାନେ ନିଜ ପରିଶ୍ରମରେ ସଫଳତା ପାଇବେ। ରାଜନୀତି କ୍ଷେତ୍ରରେ ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେନାହିଁ। ଅଫିସରେ ଟେନସନ ଦୂର ହେବ। କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ବ୍ୟବସାୟରେ ଉତ୍ଥାନ-ପତ୍ତନର ସମ୍ମୁଖୀନ ହେବେ। ଯାତ୍ରାରେ ସଫଳ ହେବେ। ରାଜନୈତିକ ନେତା ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଖେଳ, କୁଦ ଓ ପ୍ରତିଯୋଗିତାରେ ପ୍ରଶଂସା ପାଇବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ-

ବିଗିଡିଥିବା କାର୍ଯ୍ୟ ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। କିଛି ନୂତନ କର୍ମ ଆରମ୍ଭ କରି ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ। ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଯାନବାହନ ଆଦି କ୍ରୟ କରି ପାରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ଘରୁ ବହାରିବା ସମୟରେ ମିଠାଦହି ଖାଇ ବାହାରନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ-

ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ।  ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ-

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ।  ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। ପ୍ରତିକାର- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା-

କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ।  ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ।  ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ବିଛା-

ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେସମୟ ହସ ଖୁସିରେ ବିତିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ଧନୁ-

କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ-

ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।  ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ।  ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ-

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!