ଦୈନିକ ରାଶିଫଳ: ୨୭ ଅକ୍ଟୋବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଜୀବନରେ ଆସିବ ଅନେକ ଖୁସି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।   

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ମିଥୁନ:-

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ମାତା-ପିତା ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ମହିଳାମାନଙ୍କର ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ମହିଳାମାନେ ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଘର ପରିବାରକୁ ପ୍ରାଥମିକତା ଦେଲେ ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ମାତାପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କାଲେ ସଫଳତା ପ୍ରାପ୍ତି ହେବ। କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ମହିଳାମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନିଜ ପରିଶ୍ରମରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି। ଯାତ୍ରାରେ ସଫଳ ହେବେ। ଆଚାର ବ୍ୟବହାରରେ ଶାନ୍ତ ହୋଇ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ରାଜନୀତି କ୍ଷେତ୍ରରେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଲେ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ଓ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ମହିଳାମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି ବ୍ୟବସାୟ କରିଲେ ଲାଭବାନ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ।  ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ମହିଳାମାନେ ଭଲ କାମ କରି ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଜାଗା, ଜମି, ଯାନବାହନ ଆଦିର ସମସ୍ଯା ସମାଧାନ କରିବା ପାଇଁ ଯୋଗା ଯୋଗ କରି ପାରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ସାଧୁ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!