ଦୈନିକ ରାଶିଫଳ: 27 ଅକ୍ଟୋବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୭ ତାରିଖ, ମଙ୍ଗଳବାର, ତୁଳା ମାସ ୧୧ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି, ଦିବା ୧୦ଟା ୪୬ମିନିଟ୍ ଗତେ ଦ୍ଵାଦଶୀ ତିଥି,  ଶତଭିଷା ନକ୍ଷତ୍ର, ସକାଳ ୬ଟା ୩୬ମିନିଟ୍ ଗତେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ, ଦିବା ୧୦ଟା ୪୭ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୬ଟା ୩୪ମିନିଟ୍, ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୬ମିନିଟ୍, ସନ୍ଧ୍ୟା ୫ଟା ୧୨ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୮ଟା ୨୨ମିନିଟ୍ ରୁ ୮ଟା ୩୩ମିନିଟ୍, ରାତ୍ର ୯ଟା ୨୫ମିନିଟ୍ ରୁ ୧୧ଟା ୫୫ମିନିଟ୍। ପର୍ବଦିନ- ସର୍ବ ସମ୍ମତ ପାପାଙ୍କୁଶା ଏକାଦଶୀ, ଭାଷାଣୀ ଯାତ୍ରା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରିରୀକ ଅସୁସ୍ଥତା ଦୂର ହେବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ।  ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରି ପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହୋଇ ପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ।  ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସାସାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବିଦ୍ୟାର୍ଥୀଙ୍କର ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ସନ୍ତାନ ଭଳି ଦ୍ରବ୍ୟ ଲାଭ ହେବ। କର୍ମ କ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ। କର୍ମଚାରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ। ବିଦ୍ୟାର୍ଥି ମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବା ସହ ବିଦ୍ୟାରେ ଉନ୍ନତି ଘଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ। ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ଦୂରଯାତ୍ରା ନକରିଲେ ଭଲ। ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି। ଅତିଥି ସତ୍କାର ଯୋଗେ ଖର୍ଚ୍ଚ ବୃଦ୍ଧି ପାଇବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କନ୍ୟା:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପାରିବାରିକ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଭଲ ଲାଭ କରିବେ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇ ପାରନ୍ତି। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସହଯୋଗୀ ମାନେ ସହଯୋଗ କରିବା ଫଳରେ ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସବୁପରେ ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଶରୀର ସୁସ୍ଥ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇଯାଇ ପାରେ। ପୁରାତନ ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ ଓ  ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସହଯୋଗୀ ମାନେ ସହଯୋଗ କରିବା ଫଳରେ ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇ ଉଚ୍ଚଆଶା ସଫଳ ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-

ସାଙ୍ଗସାଥିମାନେ ସାହାଯ୍ୟ କରିବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରି ଆଶାତୀତ ଲାଭ ପାଇବେ। ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!