୨୦୨୩ ମସିହା, ମାର୍ଚ୍ଚମାସ ୨୭ ତାରିଖ, ସୋମବାର, ମୀନମାସ ୧୩ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି ସନ୍ଧ୍ୟା ୫ଟା ୨୮ମିନିଟ ପରେ ସପ୍ତମୀ ତିଥି, ରୋହିଣୀ ନକ୍ଷତ୍ର ଦିବା ୩ଟା ୨୭ମିନିଟ୍ ପରେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ । ତୈତିଳ କରଣ ସନ୍ଧ୍ୟା ୫ଟା ୨୮ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୨୮ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୫ଟା ୨୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୧୯ମିନିଟ ରୁ ୮ଟା ୫୦ମିନିଟ, ଦିବା ୨ଟା ୫୪ମିନିଟ୍ ରୁ ୪ଟା ୨୪ମିନିଟ୍, ରାତ୍ରି ୧୦ଟା ୨୨ମିନିଟ୍ ରୁ ୧୧ଟା ୫୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୭ଟା ୧୯ମିନିଟ୍, ଦିବା ୧୦ଟା ୩୯ମିନିଟ୍ ରୁ ୧ଟା ୫ମିନିଟ୍, ଦିବା ୪ଟା ୨୪ମିନିଟ ରୁ ୫ଟା ୭ମିନିଟ, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ୯ଟା ୦୫ମିନିଟ୍, ରାତ୍ର ୧୧ଟା ୫୧ମିନିଟ୍ ରୁ ରାତ୍ର ୨ଟା ୩୮ମିନିଟ୍ ।
ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଗୃହୋପକରଣ କ୍ରୟ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-ବ୍ୟବସାୟରେ ପ୍ରଚୁର ଲାଭହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ । ଯାନବାହନ ସୁଖ ମିଳିବ । ନୂତନ ଗୃହସୁଖ ମିଳିବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟରେ ଉନ୍ନତି ହୋଇ ଲାଭବାନ୍ ହେବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରୀକ୍ଷା, ପ୍ରତିଯୋଗୀତା ସନ୍ତୋଷ ଜନକ ହେବ । ପାରିବାରିକ କ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ଯାତ୍ରାଫଳରେ ଉତ୍ସାହିତ ହେବେ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ସିଂହ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ମନ ମୁତବକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ । ଆର୍ଥିକ ସଙ୍କଟ ଦୂରେଇଯିବ । ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ମଧ୍ୟ ଲାଭହେବ । ବାଦବିବାଦ, ମାଲିମକଦ୍ଦମାର ସମାଧାନ ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟଭାର ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବିଚ୍ଛା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ବିରୋଧି ମାନେ ଦୂରେଇ ଯିବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟ କରିବେ । ଆୟର ପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ଶାରରୀକ ଅସୁସ୍ଥତା ଦେଖାଦେଇ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ଶତୃମାନେ ପରାଜିତ ହେବେ ଓ ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ସ୍ୱାସ୍ଥ୍ୟରେ ପ୍ରବଳ ଉନ୍ନତି ହେବାସହ ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।
ମକର:-ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । ପିଲାମାନଙ୍କ ସଫଳତାରେ ଖୁସିହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବାଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଯଥେଷ୍ଟ ଉନ୍ନତି ହେବ । ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କୁମ୍ଭ:-ରାଜନୀତିରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ନୂତନ ଯାନକ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।