ଦୈନିକ ରାଶିଫଳ: ୨୮ ଅପ୍ରେଲ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ଆଜି ଦିନଟି ବହୁତ ଭଲରେ କଟିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୮ ଅପ୍ରେଲ ୨୦୧୯

ମେଷ:-

ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ। ସନ୍ତାନ ଯୋଗେ ଖୁସି ରହିବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ମହିଳାମାନଙ୍କର ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। ଆୟବୃଦ୍ଧି ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ପ୍ରତିଯୋଗିତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। ଭାଗିଦାରୀ ମାନଙ୍କ ଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନରେ ଆଗ୍ରହ ବଢିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ଆଦାୟ ହେବା ଦ୍ଵାରା ବହୁବିଧ ସୁଯୋଗ ଜୁଟିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଆକସ୍ମିକ ଧନ ପ୍ରାପ୍ତି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ସାମୟିକ ଭାବେ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ  ମୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ ବିବାଦ, କ୍ରିଡା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗରେ ଆଗକୁ ବଢି ପାରିବେ। ଯଦି କୌଣସି ପୁରାତନ ଯୋଜନାକୁ କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭହୋଇ ପାରେ। ପରି ବାରରେ ମନୋମାଳିନ୍ୟ ମେଣ୍ଟିଯିବ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ପ୍ରତିଦ୍ୱିନ୍ଦିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ। ମହିଳାମାନଙ୍କର ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!