ଦୈନିକ ରାଶିଫଳ: ୨୮ ଏପ୍ରିଲ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୮ତାରିଖ, ମଙ୍ଗଳବାର, ମେଷ ମାସ ୧୬ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୩୪ମିନିଟ୍ ରୁ ୧୦ଟା ୨୭ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୨୦ମିନିଟ୍, ଦିବା ୪ଟା ୩୧ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୬ମିନିଟ୍ ରୁ ୬ଟା ୪୯ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ୧୧ଟା ୨୦ମିନିଟ୍।ପର୍ବଦିନ ଆଦି ଶଙ୍କରାଚାର୍ଯ୍ୟଙ୍କ ଜୟନ୍ତୀ, ଉତ୍କଳ ଗୌରବ ମଧୁବାବୁଙ୍କ ଜୟନ୍ତୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ସମସ୍ତ କ୍ଷେତ୍ରରେ ଜୟ ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଧର୍ମକର୍ମରେ ରୁଚି ବୃଦ୍ଧି ହେବ। କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ରହିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଉପଯୋଗ କରିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଗୁରୁଜନଙ୍କ ଶୁଭାଶୀର୍ବାଦ ପାଇ ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ କରି ସୁଖଶାନ୍ତି ପାଇବା ସହ ଦାମ୍ପତ୍ୟ ସମସ୍ୟା ଦୂରେଇ ଯିବ। ମନ ଲଗାଇ କାର୍ଯ୍ୟ ମଧ୍ୟ କରିଲେ ସମସ୍ତ ବ୍ୟାପାରରେ ଭଲ ମୁନାଫା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଲିପ୍ତ ରହିବେ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବା ସହ ଦେହମନରେ ପୀଡା ବୃଦ୍ଧିପାଇବ। ନୂତନ ବସ୍ତୁ କ୍ରୟ କରି ପାରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଶତୃମାନେ ମଥାନତ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବା ଫଳରେ ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ।  ଟଙ୍କାର ଆବଶ୍ୟକତା ପୂରଣ ହେବ। ପୁରାତନ ରୋଗର ଉପସମ ହେବ। ଶତୃମାନେ ପରାଜିତ ହେବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବା ସହ ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସହକର୍ମୀଙ୍କ ସହ ବିବାଦର ସମାଧାନ କରି କର୍ମକ୍ଷେତ୍ରରେ ସନ୍ତୋଷ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାର ସମାଧାନ ହୋଇ ମାଆବାପା, ଗୁରୁଜନଙ୍କ ଆଶୀର୍ବାଦ ପାଇବେ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ।  ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ଅଚାନକ ଭାବରେ ସ୍ଵାସ୍ଥ୍ୟରେ ସୁଧାର ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବା ଫଳରେ ରୋଜଗାର ସମସ୍ୟା ସୁଧୁରି ଯିବ।  ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସାମ୍ବାଦିକ ମାନେ ଶୁଭ ସମ୍ବାଦ ପାଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ଦଇତ୍ଵ ବଢିଯିବ। ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ ଓ ସବୁଥିରେ ସଫଳତା ମିଳିବ। ଭାଇ ବନ୍ଧୁମାନଙ୍କ ଠାରୁ ଲାଭ ମିଳିବ। ପରିବାରରେ ସମୟ ବିତେଇବେ ଓ ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ। ଚାକିରି କରିଥିବା ବ୍ୟକ୍ତିମାନେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ। ନୂଆ କାମ ନୂଆ ପ୍ରେରଣା ଦେବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇ ପାରେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଜନସମ୍ପର୍କ ସୁଦୃଢ ହେବ।  ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ବିରୋଧୀମାନେ ପରାସ୍ତ ହେବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!