ଦୈନିକ ରାଶିଫଳ: 28 ଏପ୍ରିଲ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୮ତାରିଖ, ବୁଧବାର, ମେଷମାସ ୧୫ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ବିଶାଖା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୨୪ ମିନିଟ୍ ରୁ ୭ଟା ୩ ମିନିଟ୍, ଦିବା ୧୦ଟା୧୦ ମିନିଟ୍ ରୁ ୧୧ଟା ୧୭ ମିନିଟ୍, ଦିବା ୧ଟା ୫୨ ମିନିଟ୍ ରୁ ୫ଟା ୧୩ ମିନିଟ୍, ସନ୍ଧ୍ୟା ୬ଟା ୫୧ ମିନିଟ୍ ରୁ ୧୦ଟା ୩୫ ମିନିଟ୍ ରାତ୍ରି ୧ଟା ୩୭ ମିନିଟ୍ ରୁ ୨ଟା ୩୨ ମିନିଟ । ରାତ୍ରି ୩ଟା ୫୯ ମିନିଟ୍ ରୁ ୫ଟା ୨୧ ମିନିଟ୍ । ପର୍ବଦିନ- ଉତ୍କଳ ଗୌରବ ମଧୁବାବୁଙ୍କ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ନୂଆ ଚାକିରୀ ମଧ୍ୟ ମିଳିପାରେ । ନୂତନ ଜ୍ଞାନର ବୃଦ୍ଧି ହେବ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶୁଭ ସମାଚାର ମିଳିପାରେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପୁରୁଣା ନିବେଶ ଲାଭ ଦେବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନର ସୁଯୋଗ ଆସିବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅବି ବାହିତ ଯୁବକ ଯୁବତୀମାନଙ୍କର ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇପାରେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-

ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଚାକିରୀ ହେବାର ସୂଚନା ମିଳିବ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପରିବାରରେ ସୁଖଶାନ୍ତି ଫେରି ଆସିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଦୂରସ୍ଥାନକୁ ଯାତ୍ରା କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ମିଳି ପାରିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବିଚ୍ଛା:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ । ବନ୍ଧୁମିତ୍ରଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟୟ ବୃଦ୍ଧି ପାଇବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ବିଶେଷ ଲାଭବାନ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶତୃମାନେ ପରାଜିତ ହୋଇ ମିତ୍ରତାଭାବ ଆଚରଣ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶିଳ୍ପ ପ୍ରତିଷ୍ଠା ବା ନୂତନ ଯୋଜନା ସାଫଲ୍ୟ ଦାୟକ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!