ଦୈନିକ ରାଶିଫଳ: 28 ଏପ୍ରିଲ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୨୮ ତାରିଖ, ଗୁରୁବାର, ମେଷ ମାସ ୧୫ ଦିନ, ବୈଶାଖମାସ କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ଦିବା ୪ଟା ୨୮ମିନିଟ୍ ପରେ ବିଷ୍କୁମ୍ଭ ଯୋଗ । ଗର କରଣ ଦିବା ୧୨ଟା ୨୨ମିନିଟ୍ ପରେ ବାଣିଜ୍ୟ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୧୨ଟା ୨୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ସନ୍ଧ୍ୟା ୬ଟା ୫ମିନିଟ୍, ରାତ୍ରି ୧୧ଟା ୪୪ମିନିଟ୍ ରୁ ରାତ୍ରି ୧ଟା ୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୪ମିନିଟ୍ ରୁ ୭ଟା ୪ମିନିଟ୍, ଦିବା ୧୦ଟା ୨୯ମିନିଟ୍ ରୁ ୧ଟା, ରାତ୍ର ୨ଟା ୨୩ମିନିଟ୍ ରୁ ୩ଟା ୬ମିନିଟ୍ ।

ମେଷ:-ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ଗୁରୁଜନ ଓ ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟ କ୍ଷେତ୍ରରେ କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ । କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ । ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ଶୁଭକାମ କରି ପ୍ରଶଂସିତ ହେବେ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବିଦ୍ୟାକ୍ଷେତ୍ରରେ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ଜୟଯୁକ୍ତ ହେବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ରାଜନୀତି କ୍ଷେତ୍ରରେ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ପ୍ରଶଂସା ପାଇବେ ଓ ସାକ୍ଷାତ୍କାରରେ ବିଜୟୀହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ଓ ସାଂସ୍କୃତିକ କାର୍ଯ୍ୟରେ ଭାଗନେଇ ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶୁଭ ସମାଚାର ପାଇ ଖୁସି ହେବେ । ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ । ଉତ୍ତମ ସ୍ୱାସ୍ଥ୍ୟ ଲାଭ କରିବେ । ନୂତନ ପ୍ରକଳ୍ପ ଆରମ୍ଭ କରିପାର ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାର ଯାହା କି ଆପଣଙ୍କ ପାଇଁ ପ୍ରଚୁର ଲାଭ ଆଣିଦେବ । ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:- ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ରାଜନୀତିରେ ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ଗୁରୁଜନମାନଙ୍କର ଆଦରପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ଲାଗିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!