ଦୈନିକ ରାଶିଫଳ: ୨୮ ଡିସେମ୍ବର ୨୦୧୮, ଶୁକ୍ରବାର ଦିନ ଏହି ରାଶିର ଜାତକ ମାନଙ୍କର ସମସ୍ତ ମନୋକାମନା ହେବ ପୂର୍ଣ୍ଣ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୮ ଡିସେମ୍ବର ୨୦୧୮

ମେଷ:-

ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କରଜ ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଚାକିରିରେ ପ୍ରତିଷ୍ଠିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ରାଜନୀତି କ୍ଷେତ୍ରରେ ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ  ଭବିଷ୍ୟତରେ କର୍ମପ୍ରାପ୍ତି ହେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଗାଈକୁ ରୁଟି ଖାଇବାକୁ ଦେବେ।

ମିଥୁନ:-

ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ସାମାଜିକ  ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ବ୍ୟବସାୟରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ  କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ଶରୀର ସୁସ୍ଥ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରିର ସୁସ୍ଥ ରହିବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା:-

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ଓ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବାହୋତ୍ସବର ସଂକେତ ପାଇ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

ଧନୁ:-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟରେ ଲାଭ। ଶତୃ  ପରାଜିତ ହେବେ। ଶାରିରୀକ ଅସୁସ୍ଥତା  ଦୂରହେବ। କର୍ମ କ୍ଷେତ୍ରରେ  ଉପରିସ୍ଥ  କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟରେ ଅଗ୍ରଗତିର ସୁଯୋଗ ପାଇ ଖର୍ଚାନ୍ତ ହେବେ। କର୍ମକ୍ଷେତ୍ରରେ ଉନ୍ନତି ହେବାସହ ପ୍ରଶଂସିତ ହେବେ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। ସାମାଜିକ ପତିଆରା ଅମଳିନ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

କୌଣସି ବ୍ୟାଙ୍କରୁ ଋଣ ପାଇବା ଯୋଗ ଅଛି। ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ।  ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ ଓ ହସ ଖୁସିରେ ସମୟ କଟାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଅତ୍ୟଧିକ କାର୍ଯ୍ୟଚାପ ଥିଲେବି ମନଶାନ୍ତି ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!