ଦୈନିକ ରାଶିଫଳ: ୨୮ ଡିସେମ୍ବର ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ।  ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନୂତନ ସମ୍ପତି କ୍ରୟ କରିବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି କଷ୍ଟ ଅନୁଭବ କରି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କର୍ମକ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହି କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-କାହାରି ଠାରୁ ମାଗଣା ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ଓ ହସଖୁସିରେ ସମୟ ବିତାଇବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବାସହ ସରକାରୀ ସାହାଯ୍ୟ ମିଳିପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଚତୁରତାସହ  ଗତିକରି କାମ ହାସଲ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବ୍ୟସ୍ତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଶୁଭ ସୂଚନା ପାଇ ଖୁସି ହୋଇଯିବେ। ରାଜନୈତିକ ଜୀବନରେ କୌଣସି କଥାବର୍ତ୍ତାକୁ ନେଇ ବିଶେଷ ସତର୍କ ରହିବା ଉଚିତ୍। ଜାଗା ଜମିବାଡ଼ି ନେଇ ସମସ୍ୟା ଥିଲେ ସମାଧାନର ବାଟ ଦେଖାଦେବ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ପରିଶ୍ରମର ମୂଲ୍ୟ ପାଇବେ। ସ୍ୱାସ୍ଥ୍ୟ ସମସ୍ୟା ଭଲ ରହିବ। ପ୍ରତିକାରଗୋମାତାକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ପ୍ରତିକାର:- ଅସହାୟକୁ ଖାଇବାକୁ ଦିଅନ୍ତୁ।

ମୀନ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!