ଦୈନିକ ରାଶିଫଳ: 28 ଡିସେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ ୨୮ତାରିଖ, ସୋମବାର, ଧନୁମାସ ୧୪ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୨୪ମିନିଟ୍ ରୁ ୭ଟା ୪୩ମିନିଟ୍, ସକାଳ ୯ଟା ୧୭ମିନିଟ୍ ରୁ ୧୧ଟା ୨୫ମିନିଟ୍, ସନ୍ଧ୍ୟା ୭ଟା ୫୨ମିନିଟ୍ ରୁ ୧୦ଟା ୯ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଗୃହସ୍ଥ ଜୀବନ ସୁଖମୟ ହେବା ସହ ଉତ୍ତମ ରୋଜଗାର ମିଳିବ। ନୂତନ ଯୋଜନାରେ ସଫଳତା ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ସଫଳତା ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବୃଷ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସରକାରୀ କର୍ମଚାରୀ ମାନେ ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଭାଇ ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବା ଫଳରେ ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସି ପ୍ରଶଂସିତ ହେବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ। ଭାଗୀଦାର ବ୍ୟବସାୟରେ ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ। ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟିଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ଋଣଭାର ଲାଘବ ହେବା ଫଳରେ ମାନସିକ ଶାନ୍ତି ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ ବିତିବା ସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ଶରୀର ସୁସ୍ଥ ରହିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ସେୟାର ବଜାର, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରନ୍ତି। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍।ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାର୍ବଜନୀନ ସମ୍ପର୍କରେ ବ୍ୟକ୍ତିତ୍ଵର ବିକଶିତ ହୋଇ ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟରେ କଠିନ ପରିଶ୍ରମ କଲେ ଆର୍ଥିକ ସ୍ଥିତି ମନ୍ଦ ହେବ ନାହିଁ। ଛାତ୍ର ଛାତ୍ରୀମାନେ ବିଦ୍ୟା ଓ ଖେଳରେ ପ୍ରଶଂସା ପାଇବେ। ମାଲିମକଦ୍ଦମା, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ଶ୍ରମିକ ଓ କର୍ମଚାରୀମାନଙ୍କର ମଉଜ ମସ୍ତିରେ ସମୟ କଟିପାରେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କଳକାରଖାନା, ଶିଳ୍ପ ପ୍ରଭୃତିର ମାଲିକମାନେ ଓ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶତୃମାନେ ମଥାନତ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନୂଆ ସୁଯୋଗ ମିଳିବା ହେତୁ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!