ଦୈନିକ ରାଶିଫଳ: 28 ଡିସେମ୍ବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨୮ତାରିଖ, ବୁଧବାର, ଧନୁମାସ ୧୩ଦିନ, ପୌଷମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଶତଭିଷା ନକ୍ଷତ୍ର ଦିବା ୧୨ଟା ୪୭ମିନିଟ୍ ପରେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ଦିବା ୨ଟା ୨୦ମିନିଟ୍ ପରେ ବ୍ୟତିପାତ ଯୋଗ । କୌଳବ କରଣ ସକାଳ ୯ଟା ୪୪ମିନିଟ୍ ପରେ ତୈତିଳ କରଣ । କର୍କଟ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ରାତି ୮ଟା ୪୪ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୮ଟା ୪୪ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୫ମିନିଟ୍ ରୁ ଦିବା ୧୦ଟା ୨୬ମିନିଟ୍, ଦିବା ୧୧ଟା ୪୮ମିନିଟ୍ ରୁ ଦିବା ୧ଟା ୯ମିନିଟ୍, ରାତ୍ରି ୩ଟା ୬ମିନିଟ୍ ରୁ ୪ଟା ୪୫ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୪ମିନିଟ୍ ରୁ ୮ଟା ୩୨ମିନିଟ୍, ଦିବା ୧୦ଟା ୪୪ମିନିଟ୍ ରୁ ୧୧ଟା ୪୭ମିନିଟ୍, ଦିବା ୧ଟା ୩୭ମିନିଟ୍ ରୁ ୩ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୬ମିନିଟ୍ ରୁ ୬ଟା ୫୭ମିନିଟ୍, ରାତ୍ର ୮ଟା ୪୪ମିନିଟ୍ ରୁ ୩ଟା ୫ମିନିଟ୍, ରାତ୍ର ୪ଟା ୪୬ମିନିଟ୍ ରୁ ୬ଟା ୨୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶରୀର ସୁସ୍ଥ ରହିବ । ଆର୍ଥିକ ଦିଗରୁ ସୁବିଧା ପାଇବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ମନ ଭଲ ରହିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ଶିକ୍ଷା କ୍ଷେତ୍ରରେ ପରିଶ୍ରମ ଫଳରେ ସଫଳ ହେବେ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମିଥୁନ:-ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କଳା, ସାହିତ୍ୟ ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସ୍ୱାସ୍ଥ୍ୟରେ ସୁଧାର ଆସିବା ଯୋଗେ ଖୁସି ମିଳିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

କନ୍ୟା:-ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । ଯେକୌଣସି କ୍ଷେତ୍ରରେ ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ନୂତନ ବନ୍ଧୁ ଭେଟ ହୋଇ ଆଲୋଚନା କରିବା ଦ୍ଵାରା ବିତିଯାଇ ଥିବା ମାମଲାରେ ସଫଳତା ମିଳିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ପ୍ରେମପ୍ରସଙ୍ଗରେ ଆନନ୍ଦିତ ହେବେ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ । ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କୁମ୍ଭ:-ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ମୀନ:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ । ଶ୍ରମିକ ଓ କର୍ମଚାରୀମାନେ ଖାମଖିଆଲ କରି ସ୍ଥଳ ବିଶେଷରେ ବିଦ୍ରୋହ ବା ଅଶାନ୍ତିର ମୁହାଁମୂହିଁ ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ନିଜ ଲୋକ ମନମୋଟିଆ ହେବେ । ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!