ସାପ୍ତାହିକ ରାଶିଫଳ: ଡିସେମ୍ବର ୨୮ ତାରିଖ ରୁ ଜାନୁୟାରୀ ୩ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ, ଜୀବନସାଥି କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ଚାକିରୀ ପାଇଁ ଚେଷ୍ଟା କରୁଥିଲେ ଶିକ୍ଷାକ୍ଷେତ୍ର, ଧର୍ମାନୁଷ୍ଠାନ, ଭୋଜନାଳୟ, ପ୍ରଶାସନ ବିଭାଗ, ଖାଦ୍ୟ ସଂବନ୍ଧୀୟ ବିଭାଗ, ଖାଦ୍ୟ ପ୍ରସ୍ତୁତି କରୁଥିବା କାରଖାନାରେ ଯୋଗାଯୋଗ କରନ୍ତୁ, ଚାକିରୀ ମିଳିଯାଇ ପାରେ। ପ୍ରତିକାର- କୁକୁରକୁ ପ୍ରତ୍ୟେକ ଦିନ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେନାହିଁ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ। କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ ପ୍ରେମିକାମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଅସୁସ୍ଥତା ଦୂର ହେବ। ଦୂରଯାତ୍ରାର ସୁଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଦୂରଯାତ୍ରା କରିଲେ ବି ଶାରୀରିକ କଷ୍ଟ ଦୂରେଇ ଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। ଉତ୍ତରାଧିକାର ଓ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାନୁୟାରୀ ୧-୨-୩ ତାରିଖରେ କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ଅଧିକ ପରିଶ୍ରମ ଯୋଗୁ ରୋଗାଗ୍ରସ୍ତ ହୋଇ ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅତ୍ୟଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅଧିକ ରୋଜ ଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବା ସହ ଅତି ଉତ୍ତମ ଫଳ ପାଇବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଦେବେ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବା ସହ ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନ କଟିବ। ପ୍ରତିକାର-ପ୍ରତ୍ୟେକ ଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏ ସପ୍ତାହର ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ ପ୍ରଦାନ କରି ଉଚିତ ଲାଭ ପାଇବେ। ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମୟ। ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ ହୋଇ ଥିବାରୁ ଦୀର୍ଘଦିନର ଆଶା ପୂରଣ ହେବ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମଚାରୀ ଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବା ସହଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବା ଫଳରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜାନୁୟାରୀ ୨-୩ତାରିଖରେ ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। କିନ୍ତୁ ଆରମ୍ଭରୁ ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯିବେ। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ରହିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!