ଦୈନିକ ରାଶିଫଳ: 28 ଫେବୃୟାରୀ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ଲୋକଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀମାସ ୨୮ତାରିଖ, ରବିବାର, କୁମ୍ଭମାସ ୧୭ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସକାଳ ୯ଟା ୩୪ମିନିଟ୍ ଗତେ ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର, ଦିବା ୩ଟା ୬ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ଦିବା ୧୧ଟା ୧୯ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୧୧ମିନିଟ୍ ରୁ ୧୦ଟା ୨ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୩୮ମିନିଟ୍ ରୁ ରାତ୍ର ୯ଟା ୪ମିନିଟ୍, ରାତ୍ର ୧୨ଟା ୨୪ମିନିଟ୍ ରୁ ୧ଟା ୩୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସହକର୍ମୀ ଓ ବିଭାଗୀୟ ଅଧିକାରୀ ମାନଙ୍କସହ ସମ୍ବନ୍ଧରେ ଦୃଢତା ସୃଷ୍ଟିହେବ । ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ସ୍ଥିର ରହିବ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ସମ୍ମାନିତ ହେବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-

ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ରାଜନୀତିରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ନିଜର ବ୍ୟକ୍ତିତ୍ଵ ବଳରେ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ନିଜର ସମୟ ବିତାଇ ପାରନ୍ତି । ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ । ପ୍ରେମକ୍ଷେତ୍ରରେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି । ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

କ୍ଷମତା ଶକ୍ତି ବଳରେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ପରିବାରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ସହକର୍ମୀମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । କାର୍ଯ୍ୟ କ୍ଷେତ୍ରରେ ଗୁରୁଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରି ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ତୁଳା:-

ସନ୍ତାନମାନେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବା ସହ ପ୍ରଶଂସିତ ହେବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଛାତ୍ର ଛାତ୍ରୀମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବ୍ୟବସାୟରେ କର୍ମଚାରୀ ମାନଙ୍କ କଠିନ ପରିଶ୍ରମ ଓ ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବା ଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ ।

ଧନୁ:-

ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ବିଶେଷ ଲାଭବାନ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ବହୁବିଧ ସୁଯୋଗ ପାଇବେ । ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବିଦ୍ୟୁତ୍, ଯନ୍ତ୍ରଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ଶିକ୍ଷା କ୍ଷେତ୍ରରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ରାଜନୈତିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । କୌଣସି ଲୋକଙ୍କୁ ଗ୍ୟାରେଣ୍ଟି ଦିଅନ୍ତୁ ନାହିଁ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟବସାୟ କ୍ଷେତ୍ରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ଓ ଲୋକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ସମାଜସେବାରେ ସଫଳତା ଲାଭ ହେବ । ପୁରାତନ ରୋଗରୁ ଉପଶମ ମିଳିବ । ଶିଳ୍ପ ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!