ଦୈନିକ ରାଶିଫଳ: ୨୮ ଫ୍ରେବୃୟାରୀ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୮ତାରିଖ, ଶୁକ୍ରବାର, କୁମ୍ଭ ମାସ ୧୬ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ବେଲ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୬ଟା ୧୦ ରୁ ୭ଟା ୪୨ମି, ଦିବା ୧ଟା ୧୦ ରୁ ୨ଟା ୪୪ମି, ଦିବା ୪ଟା ୧୫ ରୁ ୫ଟା ୫୦ମି, ସନ୍ଧ୍ୟା ୭ଟା ୩୦ ରୁ ରାତି ୯ଟା ୫ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ। ଘାତ

ବୃଷ:-

ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରି ଆଶାତୀତ ଲାଭ ପାଇବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସାଙ୍ଗସାଥିମାନେ ସାହାଯ୍ୟ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶରୀର ସୁସ୍ଥ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ ଓ  ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ସହଯୋଗୀ ମାନେ ସହଯୋଗ କରିବା ଫଳରେ ବ୍ୟବସାୟରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ଭଲ ଲାଭ ହେବ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ତୁଳା:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟକ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଚ୍ଛା:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ନୂତନପନ୍ଥା ଅନୁସରଣ କରିବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ଧନୁ:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଧର୍ମକର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ। ଘାତ

ମକର:-

ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ପାରିବାରିକ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଭଲ ଲାଭ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ସହ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ। ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!