ଦୈନିକ ରାଶିଫଳ: 28 ଫେବୃୟାରୀ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୨୮ତାରିଖ, ମଙ୍ଗଳବାର, କୁମ୍ଭମାସ ୧୬ଦିନ, ଫାଲଗୁନମାସ, ଶୁକ୍ଲପକ୍ଷ, ନବମୀତିଥି, ରୋହିଣୀ ନକ୍ଷତ୍ର ସକାଳ ୭ଟା ୧୯ମିନିଟ ପରେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ବିଷ୍କୁମ୍ଭ ଯୋଗ ଦିବା ୪ଟା ୨୫ମିନିଟ୍ ପରେ ପ୍ରୀତି ଯୋଗ। ବାଳବ କରଣ, ଦିବା ୩ଟା ୧୬ମିନିଟ୍ ପରେ କୌଳବ କରଣ। ମକର ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ନିଷିଦ୍ଧଖାଦ୍ୟ- ଲାଉ ନ ଖାଇଲେ ଭଲ। ଯୋଗିନୀ- ପୂର୍ବେ ରାତ୍ରି ୪ଟା ୧୯ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୩୮ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୩ମିନିଟ୍, ସନ୍ଧ୍ୟା ୭ଟା ୨୦ମିନିଟ୍ ରୁ ରାତ୍ରି ୮ଟା ୫୩ମିନିଟ୍। ଶୁଭସମୟ- ସକାଳ ୯ଟା ୫ମିନିଟ୍ ରୁ ୧୧ଟା, ଦିବା ୧ଟା ୯ମିନିଟ୍ ରୁ ଦିବା ୧ଟା ୨୬ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ଦିବା ୫ଟା ୧ମିନିଟ୍, ସନ୍ଧ୍ୟା ୫ଟା ୪୭ମିନିଟ୍ ରୁ ୬ଟା ୩୭ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ରାତ୍ର ୧୧ଟା ୩୪ମିନିଟ୍, ରାତ୍ର ୨ଟା ୨ମିନିଟ୍ ରୁ ରାତ୍ର ୩ଟା ୪୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ।ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ମିଥୁନ:-ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଉଚ୍ଚଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ।ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ବାହାରକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ। କର୍ମ ସମ୍ବନ୍ଧିତ ଯାତ୍ରା କରି କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ବିଦ୍ୟାରେ ଉନ୍ନତି ଫଳରେ ଆତ୍ମସନ୍ତୋଷ ବଢ଼େଇବ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସକଲେ ଧୋକା ଖାଇ ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଋଣ ଭରଣାରେ ସହଜ ହେବ। ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ। ବିରୋଧିମାନେ ଦୂରେଇ ଯିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। ଦୂରସ୍ଥାନକୁ ଯାତ୍ରା କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!