ଦୈନିକ ରାଶିଫଳ: ୨୮ ଜାନୁୟାରୀ ୨୦୧୯, ମହାଦେବଙ୍କ ଆଶୀର୍ବାଦରୁ ଏହି ରାଶିର ପାରିବାରିକ ଜୀବନରେ ହସ ଖୁସିର ବାତାବରଣ ଦେଖାଦେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୮ ଜାନୁୟାରୀ ୨୦୧୯

ମେଷ:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ମହିଳାମାନେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ରହିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର:- ବୃଦ୍ଧାଙ୍କର ସେବାକରନ୍ତୁ।

ମିଥୁନ:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। କର୍ମଚାରୀଙ୍କର ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କର୍କଟ:-

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ମହିଳାମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ସୁସ୍ଥତା ଦେଖା ଦେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ବିଛା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ନବି କରଣ କରି ପାରନ୍ତି। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର-ପିତାମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ତେଲବ୍ୟବସାୟୀ, କଳାକାର, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ପାଠପଢ଼ାରେ ମନଯୋଗ ଦେବେ। ମହିଳାମାନେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ୱାସ୍ଥ୍ୟ ଖରାପ ହେବ ଓ ଆଳସ୍ୟଭାବ ବୃଦ୍ଧିପାଇବ। ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!