ଦୈନିକ ରାଶିଫଳ: ୨୮ ଜାନୁୟାରୀ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କାରବାରରେ ସୁଧାର ଆସିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଶୁଭ ସମ୍ବାଦ ପାଇ ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର:-ଆମିଷ ସେବନ କରନ୍ତୁ ନାହିଁ।

ମକର:-

ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ।  ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୀତିରେ ସଫଳତା ମିଳିବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!