୨୦୨୩ମସିହା, ଜାନୁୟାରୀ ମାସ ୨୮ତାରିଖ, ଶନିବାର, ମକରମାସ ୧୫ଦିନ, ମାଘମାସ, ଶୁକ୍ଳପକ୍ଷ, ସପ୍ତମୀତିଥି ଦିବା ୮ଟା ୪୩ମିନିଟ୍ ପରେ ଅଷ୍ଟମୀତିଥି, ଅଶ୍ଵିନୀ ନକ୍ଷତ୍ର ସନ୍ଧ୍ୟା ୭ଟା ୬ମିନିଟ୍ ପରେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସାଧ୍ୟଯୋଗ ଦିବା ୧୧ଟା ୫୪ମିନିଟ୍ ପରେ ଶୁଭଯୋଗ । ବାଣିଜ୍ୟ କରଣ ଦିବା ୮ଟା ୪୩ମିନିଟ୍ ପରେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ନିଷେଧଖାଦ୍ୟ-ତାଳ ନ ଖାଇଲେ ଭଲ ଦିବା ୮ଟା ୪୩ମିନିଟ୍ ପର ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ଦିବା ୮ଟା ୪୩ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୭ଟା ୪୯ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୨ଟା ୪୫ମିନିଟ୍, ଦିବା ୪ଟା ୯ମିନିଟ୍ ରୁ ସନ୍ଧ୍ୟା ୭ଟା ୯ମିନିଟ୍ ନି-ଶାନ୍ତ ୪ଟା ୪୯ମିନିଟ୍ ରୁ ୬ଟା ୨୬ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ରି ୮ଟା ୭ ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ରି ୧୨ଟା ୨୫ମିନିଟ୍ ରୁ ୨ଟା ୮ମିନିଟ୍, ରାତ୍ରି ୩ଟା ରୁ ୪ଟା ୪୩ମିନିଟ୍ । ପର୍ବଦିନ- ମାଘସପ୍ତମୀ, ତିଳସପ୍ତମୀ, ଚନ୍ଦ୍ରଭାଗା ସ୍ନାନ ।
ମେଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା ନକରିଲେ ଭଲ । ସ୍ୱାସ୍ଥ୍ୟପାଇଁ ଚିନ୍ତିତ ରହିବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ପ୍ରଶଂସିତ ହେବେ । ଭାଇ ବନ୍ଧୁ ମାନଙ୍କ ଠାରୁ ଲାଭ ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାସ୍ତାଘାଟ ରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ଶତୃମାନେ ପରାଜିତ ହେବେ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପଢାପଢିରେ ମାନସିକ ଶାନ୍ତି ପାଇବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ଫାଇଦା ଉଠାଇବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ଓ ନୂତନ ସଂସ୍ଥାର ଆୟୋଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ବିଚ୍ଛା:-କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସଙ୍ଗୀତ ଓ କଳାରେ ସୁନାମ ଅର୍ଜନ କରିବେ । ଦୂରେଇ ଯାଇଥିବା ବନ୍ଧୁମାନେ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-ସନ୍ତାନ-ସନ୍ତତିଙ୍କ ଦିଗରୁ ସୁସମ୍ବାଦ ପାଇ ଆନନ୍ଦିତ ହେବେ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇଯିବ । ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିଲେ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅନିଶ୍ଚିତ ଆୟ ଉପାର୍ଜ୍ଜନ କରିବେ ଓ ଅଭାବ ଅନାଟନ ଦୂରେଇ ଯିବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।
ମକର:-ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କୁମ୍ଭ:-ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । କ୍ୟାରିୟରକୁ ନେଇ ମନ ଖୁସି ରହିବ । ସନ୍ତାନ ମାନଙ୍କ ବିଷୟରେ ଶୁଭ ସମାଚାର ଶୁଣିବେ । ବନ୍ଧୁ ମିତ୍ରଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇ ଶାନ୍ତିଭାବରେ କାମ ପୂରଣ ହେବ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ମାଲିମୋକଦ୍ଦମାରେ ଜୟ, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।