ଦୈନିକ ରାଶିଫଳ: ୨୮ ଜୁଲାଇ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭ ହେବାର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଆର୍ଥିକପରିସ୍ଥିତିରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ।  ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ।  ବିଦ୍ୟାର୍ଥୀମାନେ ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ ଓ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଅଧ୍ୟୟନ ପାଇଁ ତତ୍ପର ହେବେ। ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ।ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଯେକୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଶରୀର ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। କୃଷିଜିବୀମାନେ ଲାଭବାନ୍ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟ ରେ ପୂରଣ ହେବ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ।  ଆୟ ଉପାର୍ଜନରେ ବାଧା ନାହିଁ। ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ। ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବାହାର ଯାତ୍ରାରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। ଶତୃ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।  

ତୁଳା:-

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ। ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରିବେ। ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ସତକଥା କହି ପ୍ରବଳ ଧନଲାଭ ସହ ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି। ଅଟକିଥିବା ଧନ ସହଜରେ ପ୍ରାପ୍ତ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରିଆନନ୍ଦ ପାଇବେ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ।  ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ।  ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ଥଗିତଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକଦିଗରୁ ସୁବିଧା ଫଳରେ କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!