ଦୈନିକ ରାଶିଫଳ: ୨୮ ଜୁଲାଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୨୮ ତାରିଖ, ମଙ୍ଗଳବାର, କର୍କଟ ମାସ ୧୩ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ନବମୀତିଥି, ସ୍ଵାତୀନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ଲାଉ ନ ଖାଇଲେ ଭଲ।ଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୧୧ମିନିଟ୍ ରୁ ୧ଟା ୨୯ମିନିଟ୍, ଦିବା ୪ଟା ୪୫ମିନିଟ୍ ରୁ ୫ଟା ୨୮ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ୭ଟା ୫ମିନିଟ୍, ରାତ୍ର ୯ଟା ୧୯ମିନିଟ୍ ରୁ ୧୧ଟା ୩୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକସ୍ଥିତିରେ ସୁଧାର ଆସିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ନିଜର ଯୋଗ୍ୟତା, କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ବନ୍ଧୁ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହୋଇ ପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରିବା ଉଚିତ୍‌। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ।  କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଦୌଡ ଧୂପରେ ଶାନ୍ତି ଅନୁଭବ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବା ସହ ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇ ପାରେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ସାମାଜିକ କାମରେ ପ୍ରଶଂସା ମିଳିବ। ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପାରିବାରିକ ଜୀବନରେ ଯଶ ଲାଭ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଆର୍ଥିକସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  

ବିଚ୍ଛା:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶତୃମାନେ ଦୂରେଇ ଯିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ବେଶ୍ ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବ। ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହେବା ଫଳରେ ମାନସିକ ଶାନ୍ତି ମିଳିବ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ଫଳରେ ଋଣମୁକ୍ତ ହେବାର ରାସ୍ତା ଦେଖାଦେବା ସହ ଋଣପ୍ରାପ୍ତିର ସୁଯୋଗ ମଧ୍ୟ ପାଇବେ। ନୂତନ ସଂସ୍ଥାର ଆୟୋଜନ କରିଲେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଜାଗାଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଶତୃ ମାନେ ପରାଜିତ ହୋଇ ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

କର୍ମକ୍ଷେତ୍ରରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପଦୋନ୍ନତି ପାଇବାର ସୂଚନା ପାଇବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ବ୍ୟବସାୟ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ଦିଗରୁ ଉତ୍ତମ ଫଳ ପ୍ରାପ୍ତି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରଚୁର ଲାଭ ପାଇବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯାଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରିବାକୁ ପଡି ପାରେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ଭ୍ରାତୃ ବିବାଦ ପଡୋଶୀ କଳହ ଦୂର ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କୌଣସି ଜାଗାକୁ ଯିବାକୁ ଚାହିଁଲେ ଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର:-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!