୨୦୨୨ମସିହା, ଜୁଲାଇମାସ୨୮ତାରିଖ, ଗୁରୁବାର, କର୍କଟମାସ୧୨ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ପୁନର୍ବସୁ ନକ୍ଷତ୍ର ସକାଳ ୭ଟା ୪ମିନିଟ୍ ପରେ ପୁଷ୍ୟାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବଜ୍ର ଯୋଗ ସନ୍ଧ୍ୟା ୫ଟା ୫୬ମିନିଟ୍ ପରେ ସିଦ୍ଧି ଯୋଗ । ଚତୁଷ୍ପଦ କରଣ ଦିବା ୧୦ଟା ୨୦ମିନିଟ୍ ପରେ ନାଗ କରଣ । ତୁଳା, କୁମ୍ଭ ରାଶିର ଘାତବାର । ଆମିଷ, ତୈଳ ନ ଖାଇଲେ ଭଲ ରାତି ୧୧ଟା ୨୪ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୧୧ଟା ୨୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୩ଟା ୭ମିନିଟ୍ ରୁ ସନ୍ଧ୍ୟା ୬ଟା ୨୧ମିନିଟ୍, ରାତ୍ରି ୧୧ଟା ୫୩ମିନିଟ୍ ରୁ ରାତ୍ରି ୧ଟା ୧୬ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୫ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୯ମିନିଟ୍, ରାତ୍ର ୨ଟା ୨୯ମିନିଟ୍ ରୁ ୩ଟା ୧୧ମିନିଟ୍ । ପର୍ବଦିନ- ଚିତାଲାଗି ଅମାବାସ୍ୟା, ଚିତାଲାଗି ପର୍ବ ।
ମେଷ:-ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ । ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ରୋଜଗାର ସମସ୍ୟା ସୁଧୁରି ଯାଇ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ପାଇଁ କୌଣସି ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଉତ୍ତମ ଲାଭ ପ୍ରାପ୍ତି ହେବ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସମାଧାନ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-ଶତୃମାନେ ଦୂର ହେବେ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ନୂତନ କର୍ମ ନିଯୁକ୍ତି ପାଇବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭହେବ । ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ଯୋଗାଯୋଗ କରିବାର ସୁବିଧା ସୁଯୋଗ ପାଇ ଖୁସିହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ସିଂହ:-ବ୍ୟବସାୟ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ରାଜନୀତିରେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଓ ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା:-ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-ସହକର୍ମୀଙ୍କ ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତୃମାନଙ୍କୁ ପରାସ୍ତ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଲାଭ ହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ କରିବା ପାଇଁ ଚେଷ୍ଟିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ରାଜନୈତିକ କ୍ଷେତ୍ରରେ ଭୟ ସତ୍ତ୍ୱେ ଜୟ ଓ ନାନା ସମସ୍ୟାର ସମାଧାନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ସେୟାର ବଜାରରେ ମୁନାଫା ମିଳିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପ୍ରମୋଶନର ସୂଚନାପାଇ ଖୁସି ହେବେ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରିବା ଫଳରେ ଆଶାତୀତ ଲାଭ ମିଳିବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କରସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଧନର ଆଗମନ ହୋଇପାରେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ରାଜକୀୟ କାର୍ଯ୍ୟ ବା ସରକାରୀ କାର୍ଯ୍ୟରେ ସଫଳତା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କୃଷି କ୍ଷେତ୍ରରେ ସଫଳତା ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଭ୍ରାତୃ ବିବାଦ ଓ ପଡୋଶୀ କଳହର ସମାଧାନ ହୋଇ ପାରିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।