ଆଜି କେମିତି ରହିବ ଆପଣଙ୍କ ଦିନ : ୨୮ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୮ ଜୁନ୍ ୨୦୧୮

ମେଷ:-

କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମ ପ୍ରତି ହତୋତ୍ସାହ ଏବଂ ସ୍ଵାସ୍ଥ୍ୟରେ ଅବନତି ଦେଖାଦେବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ନିଜ ଆଚାର  ବ୍ୟବହାରରେ ତ୍ରୁଟି ପରିଲକ୍ଷିତ ହେବାଦ୍ଵାରା ଗୁରୁଜନଙ୍କ ଅସନ୍ତୋଷ ଭାଜନ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ଅଳସୁଆ ପ୍ରକୃତି ପ୍ରକାଶ ପାଇବା ଫଳରେ ବହୁତ କ୍ଷତି ସହିବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

 << ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀ, ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ। ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିପାରିବେ। ପ୍ରତିକାର : ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

କର୍କଟ:-

ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିକାର: ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ସିଂହ:-

ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ  ପ୍ରତିକାର :  ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

କନ୍ୟା:-

କର୍ମୋନ୍ନତି, ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ବିଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ରାଜନେତାମାନଙ୍କର ସାମାଜିକ  ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର: ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।

ତୁଳା:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ।  ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା:-

ବ୍ୟବସାୟିକ ସ୍ଥିତି ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ। ନୂତନ ଚାକିରି ପାଇଁ ପ୍ରୟାସ ରତ ଯୁବକଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ପ୍ରତିକାର: ମିଠାରୁଟି କାଙ୍ଗାଳଙ୍କୁ ଖୁଆନ୍ତୁ।

ଧନୁ:-

ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ  କରିବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ଶରୀର ସୁସ୍ଥ ରହିବ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଯାତ୍ରାକଲେ ସାଙ୍ଗରେ ପଇଡ଼ ନେଇ ଯାଆନ୍ତୁ। ପ୍ରତିକାର: କେଶର, ହଳଦୀ ଘୋରି ମୁଣ୍ଡରେ ଲଗାନ୍ତୁ।

ମକର:-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରିର ସୁସ୍ଥ ରହିବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରତିକାର: ଅସହାୟ ଓ ବୃଦ୍ଧାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ।  ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବ। ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ  ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରିପାରିବେ। ପ୍ରତିକାର :  ଅଶ୍ୱତ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ମୀନ:-

ବ୍ୟବସାୟରେ  ଉତ୍ତମ ରୋଜଗାର ହେବ ।  ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ହେବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର :  ଗାଈକୁ ପରିବା ଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!