ଦୈନିକ ରାଶିଫଳ: 28 ଜୁନ 2021, ମହାଦେବଙ୍କ କୃପାରୁ ଆଜି ଏହି 2ଟି ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୮ ତାରିଖ, ସୋମବାର, ମିଥୁନମାସ ୧୪ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର, ଦିବା ୧ଟା ଗତେ କୁମ୍ଭ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର, ଦିବା ୧ଟା ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ଦିବା ୨ଟା ୧୬ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୪୬ମିନିଟ୍ ରୁ ୧୦ଟା ୨୯ମିନିଟ୍, ରାତ୍ର ୯ଟା ୧୯ମିନିଟ୍ ରୁ ରାତ୍ର ୧୦ଟା ୨୭ମିନିଟ୍, ରାତ୍ର ୧୧ଟା ୫୧ମିନିଟ୍ ରୁ ୧୨ଟା ୧୦ମିନିଟ୍, ରାତ୍ର ୧ଟା ୩୯ମିନିଟ୍ ରୁ ୩ଟା ୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । ଅଧିକ ପରିଶ୍ରମ ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସମାଜ କଲ୍ୟାଣ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଛାତ୍ର-ଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ମାନ-ସମ୍ମାନ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ପରିବାରର ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ । ନୂତନ ବାହନଆଦି କ୍ରୟ କରି ପାରନ୍ତି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଔଷଧ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ବ୍ୟବସାୟ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ ଓ ଉତ୍ତମ ରୋଜଗାର କରିପାରିବେ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରି ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ସରକାରୀ କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂର ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ପରିଶ୍ରମ କରିବାକୁ ପଡ଼ିବ । ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-

ସରକାରୀ କର୍ମଚାରୀ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପୁରାତନ ରୋଗରୁ ଉପସମ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆନନ୍ଦିତ ହେବେ । ଶରୀର ସୁସ୍ଥ ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!