ଦୈନିକ ରାଶିଫଳ: 27 ଜୁନ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୭ ତାରିଖ, ରବିବାର, ମିଥୁନମାସ ୧୩ ଦିନ, ଆଷାଢମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଶ୍ରବଣାନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ଦିବା ୩ଟା ୫୪ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୭ଟା ୧ମିନିଟ୍ ରୁ ୯ଟା ୩୬ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୪ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ରାତ୍ର ୭ଟା ୫୦ମିନିଟ୍, ରାତ୍ର ୧୦ଟା ୪୫ମିନିଟ୍ ରୁ ୧୨ଟା ୫୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ଥିତି ଓ ମାନ-ସମ୍ମାନ ବୃଦ୍ଧିହେବ । ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବୃଷ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର । ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରୀ ହେବେ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

ଶାରୀରିକ କଷ୍ଟ ଦୂରେଇ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-

ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ । ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ । ଯଶ, ମାନ, ପ୍ରତିଷ୍ଠା ବୃଦ୍ଧିପାଇବ । ସନ୍ତାନ ଏବଂ ଜୀବନସାଥିଙ୍କ ସହଯୋଗ ପାଇ ସୁଖ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣହେବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହୋଇ ଆୟ ବୃଦ୍ଧିହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମକର:-

ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ମାନସିକ ଦୁଶ୍ଚିନ୍ତା ଦୂରହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-

ଶାରୀରିକ କଷ୍ଟ ଦୂରେଇ ଯିବ । ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ପରିବାରରେ ସୁ ସମ୍ପର୍କ ଫଳରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ବ୍ୟବସାୟରେ ଶତ୍ରୁ ମାନେ ପରାଜିତ ହେବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । ଅଚାନକ ଧନ ପ୍ରାପ୍ତିହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!