ଦୈନିକ ରାଶିଫଳ: 28 ଜୁନ 2022, ମା ମଙ୍ଗଳାଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୮ତାରିଖ, ମଙ୍ଗଳବାର, ମିଥୁନମାସ ୧୪ଦିନ, ଆଷାଢମାସ କୃଷ୍ଣପକ୍ଷ, ମଳ ଚତୁର୍ଦ୍ଦଶୀତିଥି ପ୍ରାତଃ ୫ଟା ୫୨ମିନିଟ୍ ପରେ ଅମାବାସ୍ୟା ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର ପ୍ରାତଃ ୫ଟା ୩୩ମିନିଟ୍ ପରେ ମିଥୁନ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ପ୍ରାତଃ ୭ଟା ୪୬ମିନିଟ୍ ପରେ ବୃଦ୍ଧି ଯୋଗ । ଶକୁନି କରଣ ପ୍ରାତଃ ୫ଟା ୫୨ମିନିଟ୍ ପରେ ଚତୁଷ୍ପଦ କରଣ । ମକର ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର ପ୍ରାତଃ ୫ଟା ୩୩ମିନିଟ୍ ପରେ କନ୍ୟା ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ପ୍ରାତଃ ୫ଟା ୫୨ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ପ୍ରାତଃ ୫ଟା ୫୨ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୫୩ମିନିଟ୍ ରୁ ୮ଟା ୩୨ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୩ଟା ୬ମିନିଟ୍, ରାତ୍ରି ୭ଟା ୪୬ମିନିଟ୍ ରୁ ୯ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୫ମିନିଟ୍ ରୁ ୬ଟା ୫୨ମିନିଟ୍, ଦିବା ୯ଟା ୩୯ମିନିଟ୍ ରୁ ଦିବା ୧୨ଟା ୧୫ମିନିଟ୍, ଦିବା ୪ଟା ୪୭ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୭ମିନିଟ୍, ରାତ୍ର ୯ଟା ୮ମିନିଟ୍ ରୁ ୧୦ଟା, ରାତ୍ର ୧୨ଟା ୧୨ମିନିଟ୍ ରୁ ରାତ୍ର ୨ଟା ୨୦ମିନିଟ୍ ।

ମେଷ:-ଶରୀର ସୁସ୍ଥ ରହିବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆତ୍ମୀୟ ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବକେୟା ଅର୍ଥ ଆଦାୟ ହେବ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ କରିବାର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । କିନ୍ତୁ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର ଛାତ୍ରୀମାନେ ଖୁସି ହେବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପାରିବାରିକ ଜୀବନ ସୁଖମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ରାଜନେତାଙ୍କର ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସନ୍ତାନ ସୁଖରେ ସୁଖୀ ହେବେ । ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତପନ୍ଥା ଗ୍ରହଣ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!