ସାପ୍ତାହିକ ରାଶିଫଳ: ଜୁନ 28 ତାରିଖ ରୁ ଜୁଲାଇ 04 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କାର୍ଯ୍ୟରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । କଠିନ ପରିଶ୍ରମ କରିବା ଫଳରେ ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବୁଧା ପାଇ ଖୁସି ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ପ୍ରେମିକ ପ୍ରେମିକାମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପୁରାତନ ରୋଗର ଉପଶମହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, ଥଣ୍ଡାପାନୀୟ, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ସରକାରୀ କର୍ମଚାରୀ ମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତିର ସୂଚନା ପାଇବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ବାଦବିବାଦ, ଖେଳକୁଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କାର୍ଯ୍ୟକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାର୍ଯ୍ୟ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଆଶା କରୁଥିବା ଖବରପାଇ ଖୁସୀ ହୋଇଯିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ ଓ ନୂତନ ବ୍ୟବସାୟର ସୁଯୋଗ ପାଇବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ନୂତନ କର୍ମ ପ୍ରାପ୍ତି ହୋଇ ପାରେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ନୂତନ କର୍ମପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ସେୟାର ବଜାରରେ ମୁନାଫା ମିଳିବ । ପୁରୁଣା ନିବେଶ ଲାଭ ଦେବ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ ଦିଗ୍ଦର୍ଶନପାଇ ଆୟରସ୍ରୋତ ଖୋଲିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଦିଗ୍ଦର୍ଶନପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଆତ୍ମ ସନ୍ତୋଷ ଲାଭ କରିବେ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ଶାରୀରିକ ସୁସ୍ଥତା ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ । ପ୍ରତିକାର-ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!