ଦୈନିକ ରାଶିଫଳ: ୨୮ ମାର୍ଚ୍ଚ ୨୦୧୯
ମେଷ:-
ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପଦୋନ୍ନତିର ସୂଚନା ପାଇବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ସମାଧାନ:- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।
ବୃଷ:-
ମନ ଓ ଶରୀର ଭଲ ରହିବ। କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସମାଧାନ:- ଗାଈକୁ ଖାଇବାକୁ ଦେବ।
ମିଥୁନ:-
ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନିକରି ଆଶାତୀତ ଉନ୍ନତି ହେବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରେ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ସମାଧାନ:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
କର୍କଟ:-
ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ନୂତନ ବନ୍ଧୁ ଭେଟ ହେବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସମ୍ପତ୍ତି କ୍ରୟ କରିବେ। ନୂତନ କର୍ମ ନିଯୁକ୍ତି ପାଇବେ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ସିଂହ:-
ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ରାଜନୈତିକ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ। ନୂତନ ବସ୍ତୁ କ୍ରୟ କରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ସମାଧାନ:- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
କନ୍ୟା:-
କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କର୍ମରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗକୁ ବଢିବେ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ପାରିବାରିକ ସମସ୍ୟା ସୁଧାରି ନେବେ ଓ ଶାରୀରିକ କଷ୍ଟ ଦୂର ହେବ। ରାଜନୈତିକ କ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମାଧାନ:- କୁକୁରକୁ ଖାଦ୍ୟ ଦିଅନ୍ତୁ।
ତୁଳା:-
ନୂଆ ଚାକିରୀ ହେବାର ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମହିଳାମାନେ ହସ ଖୁସିରେ ଚଳିବେ। କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଋଣ ଭରଣାରେ ସହଜ ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ସ୍ଵାସ୍ଥ୍ୟକ୍ଷେତ୍ରରେ ଉନ୍ନତିହେବ। ସମାଧାନ:-ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।
ବିଚ୍ଛା:-
ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧି ହେବା ଯୋଗେ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ-ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ଧୈର୍ଯ୍ୟ ଓ ସଂଯମତା ରକ୍ଷା କରି ପାରିଲେ ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ସମାଧାନ:- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
ଧନୁ:-
ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ରାଜନୈତିକ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବେ। ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ସମାଧାନ:- ଅସହାୟକୁ ନିରାଶ କରିବେ ନାହିଁ।
ମକର:-
କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଶାରୀରିକ କଷ୍ଟ ଦୂର ହେବ। ରାଜନୈତିକ କ୍ଷେତ୍ରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
କୁମ୍ଭ:-
ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରି ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ସମାଧାନ:- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।
ମୀନ:-
ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ସମାଧାନ:- ଗାଈକୁ ଖାଇବାକୁ ଦେବେ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988