ଦୈନିକ ରାଶିଫଳ: ୨୮ ମାର୍ଚ୍ଚ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ବ୍ୟବସାୟରେ ପ୍ରଚୁର ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୮ତାରିଖ, ଶନିବାର, ମୀନ ମାସ ୧୫ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ ଦିବା ୧୦ଟା ୨୦ମିନିଟ୍ ରୁ ୧ଟା ୫ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୪୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳ ପାଇବେ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ପ୍ରତିକାରଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ବୃଷ:-

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ।  କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଦୂରଯାତ୍ରା କରି ମନ ଖୁସି ରହିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ଉଚ୍ଚ ପଦାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ରାଜନୀତିରେ ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ। ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ଫଳରେ ନିଜ ଚେଷ୍ଟାରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ ସହନଶୀଳତା ଯୋଗେ ଯଶ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ।  ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ଛାତ୍ରଛାତ୍ରୀ ମାନଙ୍କର ପରୀକ୍ଷା ପରିଣାମ ଅନୁକୂଳ ହେବ।  ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି।  ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂଆ ନିଯୁକ୍ତି ଯୋଗ ଅଛି। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ। ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ ଓ ବ୍ୟବସାୟିକ ସ୍ଥିତି ସନ୍ତୋଷ ଜନକ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ।  ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।    

ଧନୁ:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ଇଚ୍ଛା ମୁତାବକ ଲାଭପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ନୂତନ ସଂସ୍ଥାର ଆୟୋଜନ କରିବେ।  ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମୀନ:-

ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାପନ ହେବ। ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!