ଦୈନିକ ରାଶିଫଳ: 28 ମାର୍ଚ୍ଚ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୨୮ତାରିଖ, ରବିବାର, ମୀନମାସ ୧୫ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୪୮ମିନିଟ୍ ରୁ ୯ଟା ୪୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୧୯ମିନିଟ୍ । ପର୍ବଦିନ-ଦୋଳ ପୂର୍ଣ୍ଣିମା, ଦୋଳଯାତ୍ରା, ଶ୍ରୀଚୈତନ୍ୟ ମହା ପ୍ରଭୁଙ୍କ ଜୟନ୍ତୀ, ନୂତନ ପଞ୍ଜିକା ପାଠ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁ ସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ । ପ୍ରେମକ୍ଷେତ୍ରରେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ନିଜର ସମୟ ବିତାଇ ପାରନ୍ତି । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ବିଶେଷ ଲାଭବାନ ହେବେ । ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶି ଯିବେ । ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରନ୍ତି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସତସଙ୍ଗ ଓ ମନୋରଞ୍ଜନ, କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଆୟବୃଦ୍ଧି ଓ ଲୋକ ସମ୍ପର୍କରେ ଉନ୍ନତି ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବିଦ୍ୟୁତ୍, ଯନ୍ତ୍ରଚାଳନ, ଯାନବାହାନ, ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ । ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ରାଜନୀତିରେ ସଫଳତା ମିଳିବ । ଧର୍ମକାର୍ଯ୍ୟରେ ମତି ରହିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । କୌଣସି ଲୋକଙ୍କୁ ଗ୍ୟାରେଣ୍ଟି ଦିଅନ୍ତୁ ନାହିଁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଭୋଗ ବିଳାସରେ ସାମିଲ ହୋଇ ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଯାଇ ପାରନ୍ତି । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ ବରଂ ନିଜର ପ୍ରତିଷ୍ଠା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ । ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ଦାମ୍ପତ୍ୟ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସମାଜସେବାରେ ସ୍ଵନାମ ଅର୍ଜନକରି ପାରିବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଭୋଗବିଳାସରେ ସାମିଲ ହେବାକୁ ସମୟ ବାହାରକରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-

ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ନୂତନ କାର୍ଯ୍ୟ ଆରମ୍ଭ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ପାଇବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!