ଦୈନିକ ରାଶିଫଳ: 28 ମାର୍ଚ୍ଚ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୨୮ ତାରିଖ, ମଙ୍ଗଳବାର, ମୀନମାସ ୧୪ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ସପ୍ତମୀତିଥି, ମୃଗଶିରା ନକ୍ଷତ୍ର ସନ୍ଧ୍ୟା ୫ଟା ୩୨ମିନିଟ ପରେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ସୌଭାଗ୍ୟ ଯୋଗ। ଗର କରଣ ସକାଳ ୬ଟା ୧୧ମିନିଟ୍ ପରେ ବଣିଜା କରଣ। ମକର ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ତାଳ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୦୨ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ। ଯୋଗିନୀ- ବାୟବ୍ୟେ ସନ୍ଧ୍ୟା ୭ଟା ୦୨ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୭ଟା ୧୮ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୪ମିନିଟ୍ ରୁ ୮ଟା ୫୩ମିନିଟ୍। ଶୁଭସମୟ- ଦିବା ୮ଟା ୪୯ମିନିଟ୍ ରୁ ୧୦ଟା ୩୯ମିନିଟ୍, ଦିବା ୧ଟା ୪ମିନିଟ୍ ରୁ ଦିବା ୧ଟା ୨୩ମିନିଟ୍, ଦିବା ୪ଟା ୨୫ମିନିଟ୍ ରୁ ୫ଟା ୭ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ୬ଟା ୪୩ମିନିଟ, ରାତ୍ର ୯ଟା ୦୫ମିନିଟ୍ ରୁ ରାତ୍ର ୧୧ଟା ୨୭ମିନିଟ୍ ରୁ ରାତ୍ର ୧ଟା ୫୦ମିନିଟ୍ ରୁ ୩ଟା ୨୪ମିନିଟ। ପର୍ବଦିନ- ଚୈତ୍ର ମଙ୍ଗଳବାର ଓଷା ତୃତୀୟ ପାଳି ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଅଚାନକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ। ହସ ଖୁସିରେ ଚଳିବେ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବୃଷ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ବ୍ୟବହାର କୁଶଳତାକୁ ଆଧାରକରୀ ସାଧାରଣବର୍ଗଙ୍କ ସହାୟତା ପାଇବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ବକେୟା ଅର୍ଥ କିଛି ମିଳିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଦୂରସ୍ଥାନକୁ ଯାତ୍ରା କରିବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। କଠିନ ପରିଶ୍ରମ କରିବା ଯୋଗୁ କଷ୍ଟ ସହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରଟି ସୁଦୃଢ ହେବାସହ ଆୟ ବୃଦ୍ଧି ହେବ। ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ। ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିଲେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହୋଇ ପରିବାରରେ ସୁସ୍ଥ ବାତା ବରଣ ଜାରି ରହିବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ଗୁରୁଜନ ଓ ଅସହାୟଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ମାଙ୍ଗଳିକ କାର୍ଯ୍ୟରେ ରତ ହେବେ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ନୂଆ କାମ ନୂଆ ପ୍ରେରଣା ଦେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ରାଜନୀତିରେ ସଫଳତା ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!