ଦୈନିକ ରାଶିଫଳ: ୨୮ ମଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୮ ତାରିଖ, ଗୁରୁବାର, ବୃଷମାସ ୧୫ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ପୁଷ୍ୟାନକ୍ଷତ୍ର ପ୍ରାତଃ ୭ଟା ୨୭ମିନିଟ୍ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ପିତା ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୩ମିନିଟ୍ ରୁ ୬ଟା ୩ମିନିଟ୍, ଦିବା ୯ଟା ୩୫ମିନିଟ୍ ରୁ ୧୧ଟା ୧୭ମିନିଟ୍, ସନ୍ଧ୍ୟା ୭ଟା ୧ମିନିଟ୍ ରୁ ରାତ୍ର ୯ଟା ୧୦ମିନିଟ୍। ପର୍ବଦିନଶୀତଳ ଷଷ୍ଠୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ଠିକ୍ ରହି ନପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବାଦବିବାଦ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ।   ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ପାଇବା ସହ ଅଟକିଥିବା କାର୍ଯ୍ୟ ସହଜ ସରଳରେ ପୂରଣ କରି ପାରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରି ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଶତୃମାନେ ପରାଜିତ ହୋଇ ମିତ୍ରତାଭାବ ଆଚରଣ କରିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ମିଳିବା ସହ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ କରିବାକୁ ତତ୍ପର ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସ୍ଥାୟି ରୋଗୀମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶୁଭ ସମାଚାର ପାଇ ଖୁସି ହେବେ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସମସ୍ତ ସଦସ୍ୟ ଆପଣଙ୍କ ପ୍ରତି ସହଯୋଗ, ସହାନୁଭୂତି, ସୁସଂପର୍କ ରଖି ପ୍ରଶଂସା କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସନ୍ତାନ ସୁଖରେ ସୁଖୀ ହେବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେଇ ଆର୍ଥିକ ସଙ୍କଟ ଦୂର ହେବ। ପାରିବାରିକ ସୁଖ ଶାନ୍ତିରେ ଦିନଟି କଟାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ।  ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଅଚାନକ ଧନ ଲାଭ ହେବା ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!