ଦୈନିକ ରାଶିଫଳ: 28 ମଇ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୮ତାରିଖ, ଶୁକ୍ରବାର, ବୃଷମାସ ୧୪ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ସକାଳ ୯ଟା ୩୬ମିନିଟ୍ ଗତେ ତୃତୀୟାତିଥି, ମୂଳାନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ସକାଳ ୯ଟା ୩୬ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୪ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୨ଟା ୧୧ମିନିଟ୍ ରୁ ୨ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୧୭ମିନିଟ୍ ରୁ ରାତ୍ର ୮ଟା ୨୬ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ଗୁରୁଜନଙ୍କ ପରାମର୍ଶରେ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ । ନୂତନ ଦିଗ୍ଦର୍ଶନପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଆତ୍ମ ସନ୍ତୋଷ ଲାଭ କରିବେ । କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇପାରେ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

ବନ୍ଧୁମିତ୍ରଙ୍କ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-

ଭାଇବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ଘଟିବା ସହ ପ୍ରଶଂସିତ ହେବେ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ନୂତନ ଦିଗ୍ଦର୍ଶନପାଇ ଆୟରସ୍ରୋତ ଖୋଲିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ହଠାତ୍ ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-

ଦୈବୀ କୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶରୀର ସୁସ୍ଥ ରହିବ । ସରକାରୀ କର୍ମଚାରୀଙ୍କର କଠିନ ପରିଶ୍ରମ ଯୋଗେ ସମ୍ମାନିତ ହେବେ । ଯେକୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସମସ୍ତ ବ୍ୟବସାୟ ଭଲ ଗତିରେ ଚାଲିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଗୃହସ୍ଥ ଜୀବନ ସୁଖମୟ ହେବା ସହ ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧିହେବ । ପ୍ରେମିକ ପ୍ରେମିକାମାନେ କୌଣସି ଶୁଭ ସମାଚାର ଶୁଣି ଖୁସି ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟ ପାଇଁ କରିଥିବା ଯୋଗାଯୋଗ କ୍ଷେତ୍ରରୁ ଶୁଭ ସମ୍ବାଦ ପାଇବେ । ସହକର୍ମୀଙ୍କଠାରୁ ଆଶାତୀତ ସହଯୋଗ ମିଳିବା ଫଳରେ ନୂତନକାର୍ଯ୍ୟର ପ୍ରେରଣା ପାଇବେ । ଅଧ୍ୟୟନ ଅଧ୍ୟାପନା ତଥା କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଅନେକଦିନ ଧରି ଯାହା ଚିନ୍ତା କରୁଥିଲେ ତାକୁ କାର୍ଯ୍ୟକାରି କରିପାରିବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!