ଦୈନିକ ରାଶିଫଳ: 28 ମଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୨୮ତାରିଖ, ଶନିବାର, ବୃଷମାସ ୧୪ଦିନ, ଜ୍ୟେଷ୍ଠମାସ କୃଷ୍ଣପକ୍ଷ, ତ୍ରୟୋଦଶୀତିଥି ଦିବା ୧ଟା ୯ମିନିଟ୍ ପରେ ଚତୁର୍ଦ୍ଦଶୀ ତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଶୋଭନ ଯୋଗ । ବାଣିଜ୍ୟ କରଣ ଦିବା ୧ଟା ୯ମିନିଟ୍ ପରେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ଦିବା ୧ଟା ୯ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧ଟା ୯ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଏବଂ ଚତୁର୍ଦ୍ଦଶୀର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୧୧ମିନିଟ୍ ରୁ ୬ଟା ୪୯ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ଦିବା ୩ଟା, ଦିବା ୪ଟା ୩୮ମିନିଟ୍ ରୁ ସନ୍ଧ୍ୟା ୬ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୧୭ମିନିଟ୍ ରୁ ୭ଟା ୩୮ମିନିଟ୍, ରାତ୍ର ୩ଟା ୪୯ମିନିଟ୍ ରୁ ୫ଟା ୧୧ମିନିଟ୍ । ଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୩ଟା ୧ମିନିଟ୍ ରୁ ୩ଟା ୩୮ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୭ଟା ୪୨ମିନିଟ୍, ରାତ୍ର ୧୧ଟା ୨୩ମିନିଟ୍ ରୁ ୧ଟା ୩୨ମିନିଟ୍, ରାତ୍ର ୩ଟା ୧ମିନିଟ୍ ରୁ ରାତ୍ର ୩ଟା ୪୮ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ । ବ୍ୟବସାୟରେ ବାଧା, ଅଯଥାରେ ଶତୃ ବୃଦ୍ଧି, ଅନେକ କ୍ଷେତ୍ରରେ ବିଫଳତା ଦେଖା ଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପ୍ରେମିକ ପ୍ରେମିକ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ଆନନ୍ଦିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବା ସହ ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମରେ ବିଫଳ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ଉପୁଜିବା ସହ ପାରିବାରିକ କ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାଧୁଜନ ଓ ପରିଜନ ପ୍ରିୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବ । ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । କୁଟୁମ୍ବରେ ଲାଗି ରହିଥିବା ଝଗଡାର ସମାଧାନ କରିପାରିବେ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ ଉନ୍ନତି ଦେଖାଦେବା ସହ ଯେ କୌଣସିରେ କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମାନସିକ ଏକାଗ୍ରତା ବଜାୟ ରଖି ପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ ଉଚ୍ଚମନ୍ୟତାର ଅଧିକାରୀ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନର ଆଗମନ ହୋଇପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ଟଙ୍କାପଇସା ପ୍ରତି ସତର୍କତା ଅବଲମ୍ବନ କରନ୍ତୁ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!