ଦୈନିକ ରାଶିଫଳ: ୨୮ ନଭେମ୍ବର ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଆକସ୍ମିକ ଧନପ୍ରାପ୍ତି ର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ବାହନ ଆଦି କ୍ରୟ କରିପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପ୍ରତିକାର ଗଙ୍ଗାଜଳ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର ଇଷ୍ଟଦେବତାଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଚ୍ଛା:-

ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ। ମନରେ ଭୟ ଆଶଙ୍କା ଶାରୀରିକ ଅସୁସ୍ଥତା ଦୂରେଇଯିବ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମକର:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ। କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପଢାପଢିରେ ମାନସିକ ଶାନ୍ତି ମିଳିବ। ରାଜନୀତି ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ବୁଝି ବିଚାରୀ କରିବା ଉଚିତ୍। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!