ଦୈନିକ ରାଶିଫଳ: 28 ନଭେମ୍ବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୮ତାରିଖ, ଶନିବାର, ବିଛାମାସ ୧୩ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ଦିବା ୧୦ଟା ୨୧ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି, ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ଦିବା ୧୦ଟା ୨୧ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୭ଟା ୩୫ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧୧ଟା ୫୫ମିନିଟ୍ ରୁ ୧୨ଟା ୫୫ମିନିଟ୍, ଦିବା ୨ଟା ୧୯ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ବଡଓଷା, ବୈକୁଣ୍ଠ ଚତୁର୍ଦ୍ଦଶୀ ।

ମେଷ:-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତି ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଲାଭ ଉଠାଇ ପାରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ବୃଷ:-

ସତର୍କ ରହି ଆର୍ଥିକ ଭାରସାମ୍ୟ ରକ୍ଷାକରି ପାରିବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସଂଯମତା ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ । ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖା ଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବକେୟା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ରାଜନୀତିରେ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ବନ୍ଧୁ ମିତ୍ରମାନଙ୍କ ସହ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭ କରିବେ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ପାଇ ଶାନ୍ତିର ନିଃଶ୍ଵାସ ମାରି ପାରିବେ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କାହାର ଡାକରା ପାଇ ଯଦି ଦୂରଯାତ୍ରା କରନ୍ତି କଷ୍ଟ ପାଇବେ । ଉଚ୍ଚଶିକ୍ଷାର ମଧ୍ୟ ସୁବିଧାସୁଯୋଗ ପାଇବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ କଲେ କାରବାରରେ ସୁଧାର ଆସି ଧନ ପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ତୁଳା:-

ଗୁରୁଜନଙ୍କ ସେବାଫଳରେ ଆଗକୁ ବଢିପାରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଶ୍ରମିକମାନେ ବେସୀ ଉପକୃତ ହେବେ । କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘରପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ । ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ ସମ୍ପତ୍ତି ପ୍ରାପ୍ତି ହୋଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବା ସହ ଉଚିତପନ୍ଥା ଗ୍ରହଣ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଅଧିକ ଲାଭ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-

ସାମାଜିକ କଲ୍ୟାଣ କାର୍ଯ୍ୟରେ ଅପ୍ରତ୍ୟାଶିତ ଘଟଣା ଘଟିବ । ଆର୍ଥିକସ୍ଥିତି ଭଲ ରହିବା ଯୋଗେ କାମଗୁଡ଼ିକୁ ଯଥାଶୀଘ୍ର ଶେଷ କରିବାରେ କିଛି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ପଦୋନ୍ନତିର ସମ୍ଭାବନା ରହିଛି । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବିଦ୍ୟାରେ ଉନ୍ନତି, ଖେଳରେ ବିଜୟୀ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇ ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!