୨୦୨୨ମସିହା, ନଭେମ୍ବର ମାସ ୨୮ତାରିଖ, ସୋମବାର, ବିଛାମାସ ୧୩ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି ଦିବା ୧ଟା ୩୫ମିନିଟ୍ ପରେ ଷଷ୍ଠୀତିଥି, ଉତ୍ତରାଷାଢା ନକ୍ଷତ୍ର ଦିବା ୧୦ଟା ୨୯ମିନିଟ୍ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ । ବାଳବ କରଣ ଦିବା ୧ଟା ୩୫ମିନିଟ୍ ପରେ କୌଳବ କରଣ । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ଦିବା ୧ଟା ୩୫ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧ଟା ୩୫ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଷଷ୍ଠୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୨୮ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ରି ୯ଟା ୫୬ମିନିଟ୍ ରୁ ୧୧ଟା ୩୪ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୭ମିନିଟ୍ ରୁ ୭ଟା ୨୭ମିନିଟ୍, ଦିବା ୯ଟା ୨ମିନିଟ୍ ରୁ ୧୧ଟା ୧୧ମିନିଟ୍, ରାତ୍ର ୭ଟା ୪୦ମିନିଟ୍ ରୁ ୯ଟା ୫୫ମିନିଟ୍, ରାତ୍ର ୨ଟା ୩୮ମିନିଟ୍ ରୁ ୩ଟା ୨୯ମିନିଟ୍ । ପର୍ବଦିନ- ମନସା ପଞ୍ଚମୀ, ନାଗ ପଞ୍ଚମୀ, କୁରାଳ ପଞ୍ଚମୀ ।
ମେଷ:-ସରକାରୀ ଚାକିରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ରହିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ଉଚ୍ଚଆଶା ସଫଳ ହେବ । ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର- ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ସିଂହ:- ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଉତ୍ତମ ରୋଜଗାର ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ଵେ ଆୟ ବଢିବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ରାଜନୀତିରେ କୃତକାର୍ଯ୍ୟ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅଧିକାରୀଙ୍କ ଠାରୁ ସହଯୋଗ ମିଳିବା ଫଳରେ ଉଚ୍ଚ ଆଶାରେ ଆଗେଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଆଶାଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ । ପ୍ରତିକାର-ସିନ୍ଦୁରଟିକେ ମୁଣ୍ଡରେ ଲଗାନ୍ତୁ ।
ଧନୁ:-ସୁଖ ଶାନ୍ତିରେ ଦିନଟି କାଟିବେ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ମକର:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାପାଇଁ ଯୋଗା ଯୋଗ କରି ପାରନ୍ତି । ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କୁମ୍ଭ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଋଣ ଭରଣାରେ ସହଜ ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।