ଦୈନିକ ରାଶିଫଳ: 28 ଅକ୍ଟୋବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 6ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୨୮ତାରିଖ, ଶୁକ୍ରବାର, ତୁଳାମାସ ୧୨ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ତୃତୀୟାତିଥି ଦିବା ୧୦ଟା ୩୪ମିନିଟ୍ ପରେ ଚତୁର୍ଥୀତିଥି, ଅନୁରାଧା ନକ୍ଷତ୍ର ଦିବା ୧୦ଟା ୪୨ମିନିଟ୍ ପରେ ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଶୋଭନ ଯୋଗ । ଗର କରଣ ଦିବା ୧୦ଟା ୩୪ମିନିଟ୍ ପରେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ ଦିବା ୧୦ଟା ୩୪ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧୦ଟା ୩୪ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଏବଂ ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୩୦ମିନିଟ୍, ରାତ୍ରି ୮ଟା ୨୦ମିନିଟ୍ ରୁ ୯ଟା ୫୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୬ଟା ୩୪ମିନିଟ୍, ସକାଳ ୭ଟା ୨୧ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୪୧ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୨ମିନିଟ୍ ରୁ ୮ଟା ୧୯ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ୧ଟା ୩୬ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୪ଟା ୭ମିନିଟ୍ । ପର୍ବଦିନ- ବିନାୟକ ଚତୁର୍ଥୀ, ଗୌରୀଗଣେଶ ଚତୁର୍ଥୀ, ନାଗ ଚତୁର୍ଥୀ, ଛଟ୍ ବ୍ରତ ଆରମ୍ଭ ।

ମେଷ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବନ୍ଧୁମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଆୟବୃଦ୍ଧି, ଋଣମୁକ୍ତି ଓ ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ନୂତନ ଯୋଜନା ପ୍ରସ୍ତୁତ କରିବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ହସଖୁସିରେ ସମୟ ବିତେଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ହେବା ଯୋଗେ ଖୁସି ରହିବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସମୟ ପୂର୍ବରୁ ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ନିଜର ଲକ୍ଷ ପୂରଣ କରିପାରିବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପ୍ରେମିକ ପ୍ରେମିକାମାନେ ରୋମାଣ୍ଟିକ୍ ମନୋଭାବରେ ରହିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାମାଜିକ ଉତ୍ସବରେ ଭାଗ ନେବେ । ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ଉଚ୍ଚ ଆଶାରେ ଆଗେଇବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବ୍ୟବସାୟରେ ସଫଳତା ମିଳିବ । ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ଲାଭ ପାଇବେ ଓ ଗୃହର ସମସ୍ୟା ଦୂର ହୋଇଯିବ । ଅଟକିଥିବା ଧନଲାଭ ହେବ । ବିଦ୍ୟା ଓ ଖେଳରେ ସଫଳ ହେବେ । ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବା ଫଳରେ ସମ୍ମାନୀତ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତହେବ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଫଳରେ ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ପାରନ୍ତି । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହୋଇ ଅର୍ଥଲାଭର ମାର୍ଗ ଖୋଲିଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତିରେ ସମସ୍ୟା ଦୂର ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଇଲୋକଟ୍ରୋନିକ୍ସ ମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଛାତ୍ରଛାତ୍ରୀମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂରହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବ୍ୟବସାୟରେ ବାକିଥିବା ଅର୍ଥ ଆଦାୟ ହେବା ଫଳରେ ଖୁବ୍ ଆଶାବାଦୀ ହେବେ । କର୍ମକ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:- ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଖେଳରେ ପ୍ରଶଂସା ମିଳିବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବାହାନ କ୍ରୟ ଓ ବିକ୍ରୟ କରି ପାରନ୍ତି । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ମୀନ:-ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । ରାଜନୀତିରେ ଲୋକପ୍ରିୟତା ଯୋଗେ ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!