ଦୈନିକ ରାଶିଫଳ: ୨୮ ଅକ୍ଟୋବର ୨୦୧୮। ସୂର୍ଯ୍ୟ ଦେବଙ୍କ କୃପାରୁ ଏହି ୫ଟି ରାଶିର ବଦଳିପାରେ ଭାଗ୍ୟ। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୮ ଅକ୍ଟୋବର ୨୦୧୮। ସୂର୍ଯ୍ୟ ଦେବଙ୍କ କୃପାରୁ ଏହି ୫ଟି ରାଶିର ବଦଳିପାରେ ଭାଗ୍ୟ

ମେଷ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ମହିଳାମାନେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ମହିଳାମାନେ ସନ୍ତାନବତ୍ସଳା, ସ୍ନେହମମତାପୂର୍ଣ୍ଣା ଓ ପତିପ୍ରିୟା ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ଏକବୁଝା ପ୍ରକୃତି ନିମନ୍ତେ ଆପଣା ଲୋକଙ୍କୁ ଉପେକ୍ଷା କରି ନିଜେ ଅବାଞ୍ଛିତ ହୋଇ ପଡିବେ। କର୍ମ ବ୍ୟସ୍ତତାକୁ ନେଇ ଭ୍ରମଣ କରିବାକୁ ପଡିବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ପତ୍ନୀଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ପରିବାର ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନାନା ବାଟରେ ଧନାଗମ ଘଟିବ । ପାରିବାରିକ ଜୀବନରେ ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ  ଅକ୍ଷୁର୍ଣ୍ଣ ରଖିବେ। ମହିଳାମାନେ ଗୃହସମସ୍ୟାକୁ ସମାଧାନ କରି  ଧନ ସମ୍ପତିକୁ ଆୟତ୍ତ କରିପାରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବାପାଇଁ ଆଲୋଚନା କରିବେ। ରାଜନୀତି କ୍ଷେତ୍ରରେ ଗସ୍ତ କାର୍ଯ୍ୟକ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। ମହିଳାମାନଙ୍କର ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟୟ ଭରଣା କରି  ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ବ୍ୟବସାୟ କ୍ଷେତ୍ରରେ ଯଶମାନ ପ୍ରତିଷ୍ଠା ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ପାରିବାରିକ ଜୀବନ ସୁଖରେ କାଟିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରି କିଛି ଦାନ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବାଫଳରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ସହ ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ପ୍ରତିକାର- ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ, ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ମହିଳାମାନେ ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରିବେ ନାହିଁ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟରହିବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ମକର:-

ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସନ୍ତାନ ସନ୍ତତି ମାନଙ୍କରଶୁଭ ଖବର ପାଇ ଖୁସିହେବେ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ମହିଳାମାନଙ୍କର ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।  

ମୀନ:-

ବ୍ୟବସାୟୀମାନେ ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ। କର୍ମ କ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। ପାରିବାରିକ ଜୀବନରେ ସ୍ୱାସ୍ଥ୍ୟ ଭଲ ରହିବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!