ଦୈନିକ ରାଶିଫଳ: 28 ଅକ୍ଟୋବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୮ ତାରିଖ, ବୁଧବାର, ତୁଳା ମାସ ୧୨ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, ସକାଳ ୯ଟା ୧୧ମିନିଟ୍ ଗତେ ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ, ଦିବା ୧୨ଟା ୫୪ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୦ମିନିଟ୍ ରୁ ୮ଟା ୫ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୩ଟା ୩୯ମିନିଟ୍, ସନ୍ଧ୍ୟା ୬ଟା ୨ମିନିଟ୍ ରୁ ୬ଟା ୫୧ମିନିଟ୍, ରାତ୍ର ୮ଟା ୩୪ମିନିଟ୍ ରୁ ୨ଟା ୪୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ ନୂତନପନ୍ଥା ଅନୁସରଣ କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ।  ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପରୀକ୍ଷା ପ୍ରତିଯୋଗିତାର ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସନ୍ତାନଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଭାତୃ ବିବାଦ, ଜାଗାଜମି ଓ ଘରବାଡିନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ରାଜନୀତିରେ କୃତକାର୍ଯ୍ୟ ହେବେ। ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପରିବାରର ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ବ୍ୟବସାୟକ୍ଷେତ୍ରରେ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କର୍ମକ୍ଷେତ୍ରରେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ।ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ସିଂହ:-

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ପ୍ରତିଯୋଗୀତାପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ବିପଦରେ ପଡିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ। ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ସନ୍ତାନର ସୁ ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୁରଯାତ୍ରା କରିବାକୁ ବାଧ୍ୟ ହେବେ। ଚାକିରୀରେ ପଦୋନ୍ନତି ହୋଇପାରେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ।  ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ଧନୁ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମାନ୍ୟଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିଯାଇ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍।  ନିଜର ଭୁଲ୍ ଯୋଗୁଁ କିଛି ଅର୍ଥ ହାନି ହୋଇ ପାରେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସାମାଜିକ ସ୍ତରରେ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ମୀନ:-

ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚଆଶା ସଫଳ ହେବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!