ମେଷ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା କର୍ମଟି ପୂରଣ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। କର୍ମସଂସ୍ଥାନ ରେ ନିଯୁକ୍ତି ପାଇବାର ସୁଯୋଗ ରହିଛି। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ହସ ଖୁସିରେ ସମୟ ବିତିଲେ ମଧ୍ୟ ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର– ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।
ବୃଷ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମିଥୁନ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷାତି ବଢିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ପାରିବାରିକ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପାରନ୍ତି। ପ୍ରତିକାର–ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର– ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ସିଂହ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବ ଫଳରେ ଖୁସି ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ତୀର୍ଥାଟନ କରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
କନ୍ୟା:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ। ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର– ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।
ତୁଳା:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପରିବାରରେ କିମ୍ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବାକୁ ପଡିପାରେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ପ୍ରତିକାର– ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ବିଚ୍ଛା:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର– ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ଧନୁ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି। ପ୍ରତିକାର–ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-
ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର– ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି। ସାମାଜିକ ଉତ୍ସବରେ ଯୋଗ ଦେବେ। ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ଅଧାଥିବା କାର୍ଯ୍ୟ ପୂରଣ ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି। ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ଵାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର–ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମୀନ:-
ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରନ୍ତି। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କୌଣସି ପ୍ରିୟ ଜିନିଷକୁ ହରେଈ ବସିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।