ସାପ୍ତାହିକ ରାଶିଫଳ: ସେପ୍ଟେମ୍ବର ୨୮ ତାରିଖ ରୁ ଅକ୍ଟୋବର ୪ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଭଲ ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ଭଲ ସମୟ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ।  ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ।ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ।  ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:- ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ଋଣଭାର କମିଯିବ। ଶତୃମାନେ ପରାଜିତ ହେବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେଲେ ସାମାଜିକ ସ୍ଥିତି ଓ ମାନସମ୍ମାନ ବୃଦ୍ଧିହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ ଓ ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

 

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚ୍ଚ ଆଶାରେ ଆଗେଇବେ। ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପରିବାରରେ ମାନ ମନାନ୍ତର ଦୂର ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ।  ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ମଥାନତ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗରୁ ଉପସମ ମିଳିବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହେବ। ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ। ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ। ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ପାରିବେ। ରାଜନୈତିକ କ୍ଷେତ୍ରରେ ନିଜର ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ।  ସ୍ଥଗିତଥିବା କର୍ମଟି ପୂରଣ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

 

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। କର୍ମଜୀବିମାନେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ। ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ ଏବଂ ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଭାଇ ବନ୍ଧୁ ମିତ୍ରମାନ ଙ୍କର ସାହାଯ୍ୟ ସହଯୋଗ ପାଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର- ଶିବମନ୍ଦିରରେ ପାଦୁକ ପାନ କରନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇ ଯାଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାଙ୍ଗସାଥିମାନେ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!