ଦୈନିକ ରାଶିଫଳ: ୨୮ ସେପ୍ଟେମ୍ବର ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ କର୍ମରେ ମିଳିବ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଅଧ୍ୟୟନ-ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ମହିଳାମାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ମହିଳାମାନଙ୍କର ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ଶତୃପକ୍ଷ ଦୁର୍ବଳ ହୋଇଯିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ମହିଳାମାନେ ବ୍ୟବସାୟକ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ପାରିବାରିକ ଜୀବନ ସୁଖରେ କାଟିବା ସହ ସନ୍ତାନ ସୁଖ ମିଳିବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ ଓ ମିତ୍ରଭାବ ଆଚରଣ କରିବେ।  ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଯଶମାନ ପ୍ରତିଷ୍ଠା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇ ପାରେ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-

ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ। ଆୟରସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିର ସୂଚନା ପାଇ ମନ ଆନନ୍ଦ ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ବ୍ୟବସାୟିକ ସଫଳତା ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବାସହ ଋଣରୁ ମୁକ୍ତି ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ନିର୍ମାଣମୂଳକ ଯୋଜନାରେ ଆଗେଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଆୟ ଅପରିବର୍ତ୍ତିତ ରହିବ। ଶତ୍ରୁବାଧା ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ। ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!