ଦୈନିକ ରାଶିଫଳ: 28 ସେପ୍ଟେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୨୮ ତାରିଖ, ସୋମବାର, କନ୍ୟା ମାସ ୧୩ ଦିନ, ମଳ ଆଶ୍ଵିନମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୭ଟା ୮ମିନିଟ୍, ଦିବା ୮ଟା ୫୧ମିନିଟ୍ ରୁ ୧୧ଟା ୧୨ମିନିଟ୍, ରାତ୍ର ୮ଟା ୧ମିନିଟ୍ ରୁ ୧୦ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଆର୍ଥିକ ଦିଗରୁ ସୁବିଧା ହୋଇ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ। ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ଭବିଷ୍ୟ ଯୋଜନାରେ ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରୋଜଗାର ମିଳିବାର ଉପଯୁକ୍ତ ସମୟ ହୋଇଥିବାରୁ ବ୍ୟବସାୟ ପାଇଁ ଦୂରଯାତ୍ରା କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ ସ୍ତରରେ ବାଣୀଯୋଗେ ପ୍ରତିଷ୍ଠା ବଢିବ। ଯୋଗ ଓ ବ୍ୟାୟାମ ଦିନଚର୍ଯ୍ୟାକୁ ବ୍ୟବସ୍ଥିତ ରଖିବ। ବ୍ୟବହାର କୁଶଳତା ଦ୍ଵାରା ନିଜର ଶତୃଙ୍କୁ ମିତ୍ର କରିପାରିବେ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିବେ। କଳହ, ବାଦବିବାଦରୁ ଦୂରେଇ ଯିବେ। ପରିଶ୍ରମ ସାର୍ଥକ ହେବ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତି ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନିଜର କାମକୁ ଅଧିକ ଗୁରୁତ୍ଵ ଦେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

କୌଣସି ବନ୍ଧୁଙ୍କ ମାଧ୍ୟମରେ ଉନ୍ନତିର ରାସ୍ତା ଉନ୍ମୁକ୍ତ ହେବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଅସହାୟ ଓ ନୀଚ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବାକୁ ମନ ବଳାଇବେ। କୌଣସି ସମାରୋହରେ ବ୍ୟସ୍ତ ରହିବେ। ଆଧ୍ୟାତ୍ମିକ ଓ ବୌଦ୍ଧିକଶକ୍ତି ଜାଗ୍ରତ ହେବ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ ଓ ପ୍ରାର୍ଥନା ପାଇଁ ସମୟ ଦେଇ ପାରନ୍ତି। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିପାରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ପୁରାତନ ରୋଗର ଉପଶମ ହୋଇ ସ୍ଵାସ୍ଥ୍ୟରେ ଉଚିତ ସୁଧାର ଆସିବ। କିଛି ଭଲ କାର୍ଯ୍ୟ କରିବା ପାଇଁ ମନ ବଲେଇ ପାରନ୍ତି। ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତି କାମରେ ଖୁସି ହେବେ। ଲକ୍ଷ୍ୟ ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ରହିବେ। କୋର୍ଟକଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପ୍ରାପ୍ତ ହେବ। ବ୍ୟବସାୟରେ ନୂତନଧାରା ଖୋଲିବେ ଓ ଆଶାତୀତ ଲାଭବାନ ହେବେ। ଅଚାନକ ଭାବରେ ଦୂରଯାତ୍ରା କରିବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟୀମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ ଓ  ପ୍ରଚୁର ଲାଭ ପାଇବେ। ଘରୋଇ କର୍ମକ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଅଚାନକ ଭାବରେ ଗୁପ୍ତ ସାଧନରେ ଟଙ୍କା ମିଳିପାରେ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। କୌଣସି ଇଲୋକଟ୍ରନିକସ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରନ୍ତି। ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ମଧ୍ୟସ୍ଥତା ସମ୍ବନ୍ଧିୟ କାମରେ କମିଶନ୍ ମିଳିପାରେ। ପାରିବାରିକ କ୍ଷେତ୍ରରେ ମଧୁରତା ଆସିବ। କାହାକୁ ଦେଇଥିବା ଟଙ୍କା ମିଳିଯିବ। ଧର୍ମ, କର୍ମ, ପୂଜା, ପାଠ, ଯୋଗ ଓ ଜ୍ୟୋତିଷଙ୍କ ପ୍ରତି ରୁଚି ବଢିବ ଓ ଏହା ସମ୍ବନ୍ଧିତ ସାହିତ୍ୟକୁ ମଧ୍ୟ ପଢିବେ। ନୂଆନୂଆ ଉପାୟ ଓ ବିକଳ୍ପକୁ ଖୋଜିବେ। ରାଜନୀତି କ୍ଷେତ୍ରରେ ପ୍ରଶଂସା ମିଳିବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ନୂଆ ପ୍ରସ୍ତାବ ଓ ନୂଆ ଅନୁବନ୍ଧନ ପ୍ରାପ୍ତ ହେବ। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଭବିଷ୍ୟତରେ ତାହାର ସକରାତ୍ମକ ପରିଣାମ ସାମ୍ନାକୁ ଆସିବ। ଅଧିକାରୀ ନିଜର କାମକାର୍ଯ୍ୟରେ ପ୍ରସନ୍ନ ରହିବେ। ଅକସ୍ମାତ ଧନଲାଭ ହେବାରୁ ମନ ବହୁତ ହର୍ଷିତ ରହିବ। ଯେ କୌଣସି ନୂତନ କର୍ମ ଆରମ୍ଭ କରି ପାରିବେ। ଗଠନମୂଳକ କାର୍ଯ୍ୟ ଓ ସାମୁହିକ ଗତିବିଧିରେ ସଫଳତା ହାସଲ କରିବେ। ଭୂମି, ଭବନ ଆଦି ସ୍ଥାୟୀ ସମ୍ପତ୍ତି କ୍ରୟ କରି ପାରିବେ। ଘର ପରିବାରରେ ସ୍ନେହ ଶ୍ରଦ୍ଧାର ବାତାବରଣ ଲାଗି ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

କୌଣସି ଗନ୍ୟମାନ୍ୟ ବା ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମ ସାମଞ୍ଜସ୍ୟ ଠିକ୍ ରହିବ। ପରାକ୍ରମ ବଢିବା ସହ ନିଜର ତର୍କସଙ୍ଗତ ଢଙ୍ଗରେ ସମସ୍ତ ସମସ୍ୟା ସମାଧାନ କରିପାରିବେ। ମାନସିକ ଶାନ୍ତି ମିଳିବ, ବହୁତ ଦିନର ଚିନ୍ତା ଓ କଷ୍ଟ ଦୂର ହେବ। ଯେଉଁ କାମ ଆରମ୍ଭ କରିବେ ବାଧାବିଘ୍ନ ଦୂରହୋଇ ତାହା ସଂପୂର୍ଣ୍ଣ ହେବ। ସନ୍ତାନଙ୍କ ଦ୍ଵାରା କିଛି ଶୁଭ ସମାଚାର ଓ ସଂକେତ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହଯୋଗରେ ସମ୍ପନ୍ନ ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ମିତ୍ର ଓ ସହଯୋଗୀମାନେ ସାହାଯ୍ୟ କରିବା ଫଳରେ ଯଶ କୀର୍ତ୍ତିରେ ଉନ୍ନତି ହେବ। ଅନେକ ଦିଗରୁ ଖୁସି ଓ ସଫଳତା ପ୍ରାପ୍ତ ହେବା ଫଳରେ ବହୁତ ପ୍ରସନ୍ନଚିତ୍ତ ଅନୁଭବ କରିବେ। ପୈତୃକ ସମ୍ପତ୍ତି ମାମଲାରେ ବିଜୟଶ୍ରୀ ମିଳିବ। ପ୍ରତିଯୋଗିତାରେ କୌଣସି ଅଚିହ୍ନା ବ୍ୟକ୍ତିଙ୍କ ଠାରୁ ସାହାଯ୍ୟ ଲୋଡି ପାରନ୍ତି। କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ। ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ। ପରିବାରର ସମସ୍ୟା ସମାଧାନ ହୋଇଯିବା ଫଳରେ ସମସ୍ତ ଦିଗରୁ ଖୁସି ମିଳିବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଭାଇଙ୍କ ସହିତ ବିବାଦ ସମସ୍ୟା ଦୂର ହେବ।  ରାଜନୈତିକ ଯାତ୍ରାରେ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!