ସାପ୍ତାହିକ ରାଶିଫଳ: ଜାନୁୟାରୀ ୨୮ ରୁ ୩ ଫେବୃୟାରୀ, ଏହି ସବୁ ରାଶିଙ୍କର ବ୍ୟବସାୟ ଓ କର୍ମ କ୍ଷେତ୍ରରେ ପ୍ରବଳ ଉନ୍ନତିର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଜାନୁୟାରୀ ୨୮ ରୁ ୩ ଫେବୃୟାରୀ

ମେଷ:- ଏ ସପ୍ତାହରେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ। ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ। ମନକୁଆଘାତ ଲାଗିଲାପରି କଥା ଶୁଣିବେ। ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ। ଶରୀର ଭଲ ରହିବନାହିଁ। ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାର:- ଷଣ୍ଢ ଓ ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :- ଏ ସପ୍ତାହରେ ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ। ଆୟବୃଦ୍ଧି, ଋଣମୁକ୍ତି, ନୂଆ ନିଯୁକ୍ତି ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନଖୁସି ରହିବ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ। ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ। ସ୍ୱାସ୍ଥ୍ୟରେ ସାମାନ୍ୟବ୍ୟତିକ୍ରମ ଦେଖାଦେଇ ପାରେ। କର୍ମକ୍ଷେତ୍ରରେ ସମାଲୋଚନାର  ଶରବ୍ୟ ହେବେ ଓ କେତେକ ବ୍ୟକ୍ତିଙ୍କ ଆତ୍ମକୈନ୍ଦ୍ରିକ ସ୍ଥିତିରୁ ସେମାନଙ୍କ ସହଯୋଗ ହରାଇବାର ଆଶଙ୍କାବି ରହିଛି। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ :- ଏ ସପ୍ତାହରେ କର୍ମକ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ନାନା ସମସ୍ୟାର ସମାଧାନହେବ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ ଓ ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ସଫଳତା ମିଳିବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ, ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯାଇ ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ। ମହିଳାମାନେ ପାରିବାରିକ କ୍ଷେତ୍ରରୁ ପ୍ରଶଂସା ପାଇବା ସହ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ ଓ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କର୍କଟ:- ଏ ସପ୍ତାହରେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ।  ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି  ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ସିଂହ:- ଏ ସପ୍ତାହରେ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସତସଙ୍ଗ କ୍ଷେତ୍ରରେ, ମନୋରଞ୍ଜନ କ୍ଷେତ୍ରରେ, ବିଦ୍ୟାକ୍ଷେତ୍ରରେ ଓ କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବା ସହ ଖୁସିର ବାତାବରଣ ସ୍ଥାୟି ରହିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନା ସଫଳହେବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇ ପାରେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ।   

କନ୍ୟା:- ଏ ସପ୍ତାହରେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମ ହେବ। ବାଦ-ବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ। ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ। କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ। ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ। ରାଜନୀତିରେ ସଫଳହେବେ। ପ୍ରତିକାର:-ଅସହାୟଙ୍କର ସେବା କରନ୍ତୁ।

 ତୁଳା:- ଏ ସପ୍ତାହରେ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହି ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହୋଇ ନୂତନ କର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ। ପ୍ରତ୍ୟେକ କ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ। କର୍ମକ୍ଷେତ୍ରରେ ସହ କର୍ମୀଙ୍କ ସାହାଯ୍ୟ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବା ସହ ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ଚିନ୍ତା କରିଥିବା କାମ ଗୁଡିକ ସହଜ ସରଳରେ ସମାଧାନ ହେବ। ମହିଳାମାନଙ୍କର ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- ଏ ସପ୍ତାହରେ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟର ସ୍ରୋତ ବୃଦ୍ଧିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ବ୍ୟବସାୟରେ ନୂତନଧାରା ଚାଲୁକରି ସଫଳତା ପାଇବା ଯୋଗେ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ଧନୁ:- ଏ ସପ୍ତାହରେ ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ଆକସ୍ମିକ ଧନପ୍ରାପ୍ତିହେବ ବା ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ।  ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବା ଫଳରେ ଭୂମିଲାଭ ଓ ଗୃହ ନିର୍ମାଣ କରିବା ପାଇଁ ଯୋଜନା କରିବେ। ବିଦେଶୀ ବା ଦୂରବନ୍ଧୁ ଖୁବ୍ ସାହାଯ୍ୟ କରିବା ଦ୍ଵାରା ସୁଖ ସମୃଦ୍ଧି ବୃଦ୍ଧିହେବ ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରଶଂସିତ ହେବେ ଓ ଦୂରଯାତ୍ରାରେ ଲାଭପାଇବେ। ଖାଇବା ପିଇବାରେ ସନ୍ତୁଳନ ହେବେ ଓ ପେଟ ରୋଗ ଦେଖାଦେଇ ପାରେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର :- ଏ ସପ୍ତାହରେ ଆର୍ଥିକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବା ସହ ପଦ ପଦବୀ ଲାଭ ହେବ। କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବ ଆୟ ମଧ୍ୟ ଉତ୍ତମ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂରଯାତ୍ରାର ସୁଯୋଗ ପାଇବେ। ବ୍ୟବସାୟିକ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ସ୍ଥିତି ସୁଧୁରିବା ସହ ଉନ୍ନତିହେବ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ ଓ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବା ଫଳରେ ଗୁରୁଜନ ସନ୍ତୁଷ୍ଟ ରହିବେ ଓ ନାନା ବାଟରେ ଧନାଗମ ଘଟିବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ଓ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପଢାପଢିରେ ମନ ଲାଗି ରହିବ ଓ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ପରିଶ୍ରମ ବଢାଇଲେ ଉତ୍ତମ ରୂପେ ଲକ୍ଷ୍ୟ ସିଦ୍ଧି ସମ୍ଭବ ହେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ:- ଏ ସପ୍ତାହରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ବିଦେଶ ଯାତ୍ରାରେ ଲାଭବାନ ହେବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଅଧିକ ଘନିଷ୍ଠତା ହେବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ଧାନ, ଗହମ, ବାଜରା, ମକା, ପନିପରିବା ଆଦି ବ୍ୟବସାୟରୁ ବେଶ୍ ଲାଭବାନ ହୋଇ ପାରିବେ। କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି  କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ ଓ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ। ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। ରାଜନୀତି କ୍ଷେତ୍ରରେ ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:- ଏ ସପ୍ତାହରେ ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ। ରାଜନୀତିରେ ଅଧିକ ପରିଶ୍ରମ କରିବା ଫଳରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସନ୍ତାନମାନେ ଉନ୍ନତି କରିବେ।  ରାଜକର୍ମଚାରୀ ମାନେ ଅନେକ ସୁବିଧା ସୁଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ।  କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ।  ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ।  ଋଣଭାରରୁ ମୁକ୍ତି ପାଇବେ।  ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ।  ସାଙ୍ଗସାଥି ଭାଗିଦାରମାନଙ୍କ ପାଇଁ ଅତ୍ୟଧିକ ପରିଶ୍ରମ କଲେମଧ୍ୟ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!